www.samajalive.in
Saturday, December 6, 2025
14.1 C
Bhubaneswar

ଆସନ୍ତାକାଲି ଆୟୁଷ୍ମାନ୍ ଭାରତ: ୧୩ ଜିଲ୍ଲାରେ ଶୁଭାରମ୍ଭ କରିବେ ମନ୍ତ୍ରୀ

ଭୁବନେଶ୍ଵର: ଏପ୍ରିଲ ୧୧ ତାରିଖରୁ ଓଡିଶାରେ ଲାଗୁ ହେବ ଆୟୁଷ୍ମାନ୍ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। କଟକ ବାଲିଯାତ୍ରା ପଡିଆରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା ଏହି ଯୋଜନାର ଶୁଭାରମ୍ଭ କରିବେ। କାର୍ଯ୍ୟକ୍ରମରେ ତାଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସଂଦେଓ , ପ୍ରଭାତୀ ପରିଡା ଏବଂ ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ମଧ୍ୟ ଉପସ୍ଥିତ ରହିବେ। ଶୁଭାରମ୍ଭ ଦିନ ୧୪୦୫ ପ୍ରାଥମିକ ଚିକିତ୍ସାଳୟରେ ଏହି କାର୍ଡ ବଣ୍ଟନ କରାଯିବ। ଏହି ଉପଲକ୍ଷେ ରାଜ୍ୟର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ମନ୍ତ୍ରୀ ଉପସ୍ଥିତ ରହିବେ। ୧୩ ଜିଲ୍ଲାରେ ମନ୍ତ୍ରୀ ମାନଙ୍କ ଦ୍ଵାରା ଏହି ଯୋଜନାର ଶୁଭାରମ୍ଭ ହେବ। କେନ୍ଦ୍ରାପଡାରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ନୟାଗଡରେ ସୁରେଶ ପୂଜାରୀ , ନବରଙ୍ଗପୁରରେ ରବି ନାରାୟଣ ନାଏକ , ଢେଙ୍କାନାଳରେ କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରମୁଖ ଆୟୁଷ୍ମାନ୍ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories