www.samajalive.in
Sunday, December 14, 2025
15.1 C
Bhubaneswar

ମଶାଣିରୁ ଶବ ନେଇଗଲେ ଦୁର୍ବୁତ୍ତ !

ଭଦ୍ରକ: ମଶାଣିରୁ ଗାଏବ ହେଲା ଶବ। ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଭଣ୍ଡାରିପୋଖରୀ ଥାନା ଅଧୀନରେ ଥିବା ମଣିନାଥପୁର ଅଞ୍ଚଳରେ । ମଣିନାଥପୁର ଗାଁର ଶ୍ରୀମନ୍ତ ସାମଲଙ୍କ ସ୍ତ୍ରୀ ରୁକ୍ମଣୀ ସାମଲଙ୍କ ମୃତ୍ୟୁ ପରେ ତାଙ୍କ ମୃତଦେହକୁ ନେଇ ବୈତରଣୀ ନଦୀ ପଠା ସ୍ଵର୍ଗଦ୍ଵାର ଶ୍ମଶାନରେ ପୋତା ଯାଇଥିଲା। ଦଶାହ କର୍ମ ପାଇଁ ଆବଶ୍ୟକୀୟ ଦଶାହ କର୍ମ ଦୀପ ନେଇ ପୁଅ ତାପସ ଏବଂ କିଛି ସମ୍ପର୍କୀୟ ଶ୍ମଶାନକୁ ଯାଇଥିଲେ। ହେଲେ ମାଙ୍କ ମୃତଦେହ ପୋତା ଯାଇଥିବା ସ୍ଥାନରେ ଶବ ମିଳିନଥିଲା। ସେହି ସ୍ଥାନରୁ ଏକ ମଦ ବୋତଲ ମିଳିଥିଲା। ଏପରିକି ମୃତଦେହଟିକୁ ଘୋଷାଡି ଘୋଷାଡି ନେଇଥିବା ମଧ୍ୟ ଅଭିଯୋଗ ହୋଇଛି। ଏ ନେଇ ମୃତକଙ୍କସ୍ଵାମୀ ଥାନାରେ ଅଭିଯୋଗ କରିଥିବା ଜଣାପଡିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories