www.samajalive.in
Monday, December 15, 2025
15.1 C
Bhubaneswar

ଜମାଲପୁରରେ ବୋମାମାଡ, ଜଣେ ଗୁରୁତର

ପିପିଲି : ପିପିଲି ଥାନା ଅନ୍ତର୍ଗତ ଜମାଲପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ବୋମାମାଡ ହୋଇଛି । ଏଥିରେ ରାଜକିଶୋର ନାୟକ ନାମକ ଜଣେ ବ୍ୟକ୍ତି ଗୁରୁତର ଭାବେ ଆହତ ହୋଇଥିବା ବେଳେ ଜଣେ ଶିଶୁ ସମେତ ଅନ୍ୟ ଦୁଇ ଜଣ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି । ରାଜକିଶୋର ଙ୍କ ହାତ ପାପୁଲି ରେ ବୋମା ବିସ୍ଫୋରଣ ଘଟି ପାପୁଲି ଛିଣ୍ଡି ଯାଇଥିବା ସୂଚନା ମିଳିଛି । ତାଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ଲାଗି ଭୁବନେଶ୍ୱର ଏମସରେ ଭର୍ତ୍ତି କରାଯାଇଛି ।

ଗୁରୁବାର ରାତିରେ ଜମାଲପୁର ଗ୍ରାମରେ ଯାତ୍ରା ଚାଲିଥିବା ବେଳେ କାଳବୈଶାଖୀ ବର୍ଷା ଓ ପବନ ଯୋଗୁଁ ତାହା ଅଧାରୁ ବନ୍ଦ ହୋଇଯାଇଥିଲା । ଉକ୍ତ ଗ୍ରାମର ଜଣେ ବ୍ୟକ୍ତିଙ୍କ ସହ ପଡୋଶୀ ଗ୍ରାମର ଅନ୍ୟ ଜଣଙ୍କର ପୂର୍ବ ବିବାଦକୁ ନେଇ ରାତି ପ୍ରାୟ ସାଢେ ଗୋଟାଏରେ ଗଣ୍ଡଗୋଳ ଘଟିଥିଲା ।  ପରେ ଏହା ଉଗ୍ରରୂପ ଧାରଣା କରିଥିଲା । ଏହାକୁ ନେଇ ଦୁଇଟି ବୋମାମାଡ ହୋଇଥିବା ସୂଚନା ମିଳିଛି । ପିପିଲି ଆଇଆଇସି ସୌମେନ୍ଦୁ ଶେଖର ତ୍ରିପାଠୀ ସଦଳେବଳେ ଘଟଣାସ୍ଥଳରେ ପହଂଚି ତଦନ୍ତ ଜାରି ରଖିଥିବା ବେଳେ ଗଣ୍ଡଗୋଳରେ ସମ୍ପୃକ୍ତ ଥିବା ବ୍ୟକ୍ତିମାନେ ଫେରାର ହୋଇଯାଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ବୋମା ନିଷ୍କ୍ରିୟକାରୀ ଦଳ ଓ ସାଇଣ୍ଟିଫିକ ଟିମ ପହଂଚି ଜୀବନ୍ତ ବୋମା ଓ ଫୁଟା ବୋମାର ସୁତୁଲି ଓ ଗୋଡି ଜବତ କରିଥିବା ସୂଚନା ମିଳିଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories