www.samajalive.in
Saturday, December 13, 2025
18.1 C
Bhubaneswar

ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ

କଟକ : ରାଜ୍ୟରେ ବହୁପ୍ରତିକ୍ଷିତ ‘ଆୟୁଷ୍ମାନ ଭାରତ’ ଯୋଜନାର ଏପ୍ରିଲ ୧୧ ଅର୍ଥାତ୍‌ ଶୁକ୍ରବାର ଶୁଭାରମ୍ଭ ହୋଇଛି । କଟକରେ ଏହାର ଶୁଭାରମ୍ଭ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା କରିଛନ୍ତି । ‘ଆୟୁଷ୍ମାନ ଭାରତ’ ଓ ଆୟୁଷ୍ମାନ ବୟୋ ବନ୍ଦନାର’ ଶୁଭାରମ୍ଭ ହୋଇଛି । ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ପ୍ରାୟ ସାଢେ ୩ଟି ଲୋକଙ୍କୁ ମାଗଣାରେ ମିଳିବ ଚିିକିତ୍ସା ସୁବିଧା । ଦେଶର ୨୯ ହଜାରରୁ ଅଧିକ ହସ୍ପିଟାଲରେ ମାଗଣାରେ ଚିକିତ୍ସା ସୁବିଧା ପାଇ ପାରିବେ ରୋଗୀ ।
ସୂଚନାନୁଯାୟୀ, ରାଜ୍ୟରେ ୧.୦୩ କୋଟିରୁ ଊର୍ଦ୍ଧ୍ବ  ପରିବାରର ୩.୪୬ କୋଟି ଲୋକଙ୍କ ପାଇଁ ଏହି ଯୋଜନା ସମର୍ପିତ। ପରିବାରର ପ୍ରତ୍ୟେକ ସଦସ୍ୟଙ୍କୁ ମିଳିବ ଯୋଜନାର କାର୍ଡ।

ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ୭୦ ବର୍ଷ କିମ୍ବା ୭୦ ବର୍ଷରୁ ଊର୍ଦ୍ଧ୍ବ ବରିଷ୍ଠ ନାଗରିକଙ୍କୁ ମିଳିବ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ବରିଷ୍ଠ ମହିଳାଙ୍କ ପାଇଁ ପରିବାର ପିଛା ବାର୍ଷିକ ଅତିରିକ୍ତ ୫ ଲକ୍ଷ ଟଙ୍କାର ସହାୟତା। ଦେଶର ସବୁ ରାଜ୍ୟର ୨୯ ହଜାରରୁ ଊର୍ଦ୍ଧ୍ବ ସରକାରୀ ଓ ପଞ୍ଜିକୃତ ଘରୋଇ ଚିକିତ୍ସାଳୟରେ ଏହି କାର୍ଡ ଦେଖାଇଲେ ମିଳିବ ମାଗଣା ସ୍ୱାସ୍ଥ୍ୟସେବା।  ଓଡ଼ିଶାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ।

୧୦୦ ବର୍ଷ ପରେ.. ଏଥର ହନୁମାନ ଜୟନ୍ତୀରେ ଅଦ୍ଭୁତ ଓ ଦୁର୍ଲ୍ଲଭ ସଂଯୋଗ, ଏହି ରାଶି ହେବେ ମାଲାମାଲ୍‌, କିଣିବେ ଭୂମି, ହେବ ବିବାହ, ମିଳିବ ଚାକିରି, ରହିବନି ଚିନ୍ତା..

- Advertisement -

ଦେଖନ୍ତୁ ଭିଡିଓ; ଚଳନ୍ତା ଟ୍ରେନ୍‌ରୁ ଚୋରି କରୁଥିଲେ ମୋବାଇଲ୍‌, ଖାଇଲେ ନିସ୍ତୁକ ମାଡ

 

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories