www.samajalive.in
Sunday, December 14, 2025
14.1 C
Bhubaneswar

ତ୍ରିସ୍ତରୀୟ ପଞ୍ଚାୟତ ଉପନିର୍ବାଚନ ପାଇଁ ପ୍ରାଥମିକ ପ୍ରକ୍ରିୟା ଆରମ୍ଭ, ୧୧୩୪ଟି ପଦ ପୂରଣ ପାଇଁ ପଦକ୍ଷେପ

ଭୁବନେଶ୍ୱର: ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଆରମ୍ଭ କରାଯାଇଛି। ସେଥିମଧ୍ୟରୁ ପାଞ୍ଚଟି ଜିଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି ସଦସ୍ୟ, ୪୫ଟି ସରପଞ୍ଚ, ୨୭୨ଟି ୱାର୍ଡ ମେମ୍ବର ପାଇଁ ଉପନିର୍ବାଚନ ହେଉଥିବାବେଳେ ୭୭୧ଟି ୱାର୍ଡରେ ନୂତନ ଭାବେ ନିର୍ବାଚନ ଅନୁଷ୍ଠିତ ହେବ ।

ଗତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସଂରକ୍ଷିତ ବର୍ଗ ପାଇଁ ଉଦ୍ଦିଷ୍ଟ ଥିବା ୭୭୧ଟି ୱାର୍ଡରେ କୌଣସି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିନଥିବାରୁ ଉକ୍ତ ୱାର୍ଡ ଗୁଡିକରେ ନିର୍ବାଚନ ବନ୍ଦ ରହିଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ସଂପୃକ୍ତ ଜିଲାପାଳଙ୍କ ସୁପାରିଶ କ୍ରମେ ଉକ୍ତ ୱାର୍ଡଗୁଡ଼ିକୁ ଅଣସଂରକ୍ଷିତ କରାଯିବା ପରେ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।

- Advertisement -

ରାଜ୍ୟ ନିର୍ବାଚନ ଆୟୁକ୍ତଙ୍କ ସଚିବଙ୍କ ସୂଚନା ଅନୁଯାୟୀ ଉକ୍ତ ୱାର୍ଡଗୁଡ଼ିକ ପାଇଁ ଅପ୍ରେଲ ୧୭ରୁ ୨୨ ତାରିଖ ମଧ୍ୟରେ ନିର୍ବାଚନ ଅଧିକାରୀମାନେ କେନ୍ଦ୍ର ନିର୍ବାଚନ ଆୟୋଗ ଦ୍ଵାରା ପ୍ରକାଶିତ ଭୋଟର ତାଲିକାରୁ ସମ୍ପୃକ୍ତ ୱାର୍ଡ ୱାରୀ ଭୋଟର ତାଲିକା ପ୍ରସ୍ତୁତ କରିବେ।

ସେହିଭଳି ଅପ୍ରେଲ ୨୪ ତାରିଖରେ ସଂପୃକ୍ତ ଗ୍ରାମପଞ୍ଚାୟତ ମୁଖ୍ୟାଳୟରେ ୱାର୍ଡୱାରୀ ପ୍ରାଥମିକ ଭୋଟର ତାଲିକା ପ୍ରକାଶନ ହେବ ଏବଂ ଅପ୍ରେଲ ୩୦ ତାରିଖ ସୁଦ୍ଧା ଅଭିଯୋଗ ଗ୍ରହଣ କରାଯାଇ ମଇ ୨ରୁ ୫ ତାରିଖ ମଧ୍ୟରେ ସଂପୃକ୍ତ ଅଭିଯୋଗଗୁଡ଼ିକୁ ବିଚାରକୁ ନିଆଯାଇ ଉପଯୁକ୍ତ ପଦକ୍ଷେପ ନିଆଯିବ। ସଂଶୋଧିତ ଭୋଟର ତାଲିକାକୁ ନିର୍ବାଚନ ଅଧିକାରୀମାନେ ମଇ ୯ ତାରିଖ ଦିନ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ପ୍ରଦାନ କରିବେ।

Hot this week

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

Related Articles

Popular Categories