www.samajalive.in
Monday, December 15, 2025
15.1 C
Bhubaneswar

ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ଦେଓମାଳିରେ କଟକଣା, ସ୍ୱଚ୍ଛତାକୁ ଦୃଷ୍ଟିରେ ରଖି ପଦକ୍ଷେପ

କୋରାପୁଟ : ଓଡ଼ିଶାର ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ଦେଓମାଳି ଉପରେ କୋରାପୁଟ ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ଦେଓମାଳୀର ସ୍ୱଚ୍ଛତାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରିଛି। ଓଡ଼ିଶାର ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ଦେଓମାଳୀରେ ରାତି ୮ରୁ ଭୋର ୫ଟା ଯାଏଁ ପର୍ଯ୍ୟଟକଙ୍କ ଗତିବିଧି ଉପରେ କଟକଣା ଲାଗୁ କରାଯାଇଛି।

ପର୍ଯ୍ୟଟକମାନେ ପୂର୍ବ ବୁକିଂ ଅନୁଯାୟୀ ସରକାରଙ୍କ ଦ୍ୱାରା ପରିଚାଳିତ କଟେଜରେ ରହିପାରିବେ। ପ୍ରଶାସନର ବିନା ଅନୁମତିରେ କୌଣସି ବ୍ୟକ୍ତି କିମ୍ବା ଗୋଷ୍ଠୀ ରାତିରେ ଦେଓମାଳିରେ ରହିପାରିବେ ନାହିଁ। ପର୍ଯ୍ୟଟକଙ୍କୁ ସିଙ୍ଗଲ ୟୁଜ୍‌‌ ପ୍ଲାଷ୍ଟିକ ମନା କରାଯାଇଛି। ନିୟମ ଉଲ୍ଲଙ୍ଘନକାରୀ ପର୍ଯ୍ୟଟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହ ଜରିମାନା ଆଦାୟ କରାଯିବ ବୋଲି କୋରାପୁଟ ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି।

- Advertisement -

ଚନ୍ଦ୍ରଗିରି-ପଟ୍ଟାଙ୍ଗୀ ପର୍ବତମାଳା ଅନ୍ତର୍ଗତ ଦେଓମାଳି ପର୍ବତ ଓଡ଼ିଶାର ଉଚ୍ଚତମ ଗିରିଶୃଙ୍ଗ । ଓଡିଶାର ସର୍ବୋଚ୍ଚ ପର୍ବତଶୃଙ୍ଗ ଦେଓମାଳିର ଉଚ୍ଚତା ୧୭୬୨ ମିଟର । ଏହା ପୁର୍ବଘାଟ ପର୍ବତମାଳାର କ୍ରୋଡରେ ଅବସ୍ଥିତ। ପାହାଡ ଚଢାଳିଙ୍କ ପାଇଁ ଏହା ଏକ ପ୍ରକୃଷ୍ଠ ସ୍ଥାନ। ଦେଓମାଳି କୋରାପୁଟ ଠାରୁ ୬୦ କିମି ଦୁରରେ ଅବସ୍ଥିତ।

ଏହା ବର୍ଷର ବାରମାସ ପର୍ଯ୍ୟଟକମାନଙ୍କର ଦୃଷ୍ଟି ଆକର୍ଷଣ କରୁଥିଲେ ବି ‘ପରବ’ ପାଳନ ଅବସରରେ ନଭେମ୍ବର ୧୩ ତାରିଖ ଦିନ ଏଠାକୁ ପର୍ଯ୍ୟଟକମାନେ ବିଶେଷ ସଂଖ୍ୟାରେ ଆସିଥାନ୍ତି ଓ ପାହାଡ଼ ଚଢିଥାନ୍ତି। ପର୍ଯ୍ୟଟକମାନଙ୍କ ପାଇଁ ଏଠାରେ ଛଅଟି ଶିଖର ଦୃଶ୍ୟ (view point) ନିର୍ମାଣ କରା ଯାଇଛି। ଏଠାରୁ ଦେଓମାଳୀ ପାହାଡ଼ର ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ୍ୟ। ଏଠାରେ ରହିବାପାଇଁ କୌଣସି ବ୍ୟବସ୍ଥା ନାହିଁ।

ବଣଭୋଜି, ପାହାଡ଼ ଚଢା ଓ ପରିବାର ସହିତ ଭ୍ରମଣ ପାଇଁ ଏ ସ୍ଥାନଟି ଉପଯୋଗୀ। ନିଜର ଯାନ ବାହନ ନେଇ ଏଠାକୁ ସିଧା ଯାଇହୁଏ। ଏଠାକୁ ଯିବାପାଇଁ ସେମିଳିଗୁଡ଼ା, ସୁନାବେଡ଼ା, କୋରାପୁଟ ଅଥବା କୁନ୍ଦୁଲି ହାଟରୁ କମାଣ୍ଡର ଗାଡ଼ି ମିଳିଥାଏ । ଦେଓମାଳୀ ଉପତ୍ୟକାକୁ ଯିବାପାଇଁ ଦେଓମାଳୀ ଛକରୁ ୬ କିମି ଚାଲି ଚାଲି ଯିବାକୁ ହୋଇଥାଏ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories