www.samajalive.in
Monday, December 15, 2025
16.1 C
Bhubaneswar

ଯୁବ ଲେଖକ ସମ୍ମିଳନୀ

ଫୁଲବାଣୀ: ଓଡିଆ ପକ୍ଷ ପାଳନ ଅବସରରେ ଜିଲ୍ଲା ପ୍ରଶାସନ, ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ବହୁମୁଖୀ ବୈଷୟିକ ଶିକ୍ଷାନୁଷ୍ଠାନରେ ଯୁବ ଲେଖକ ସମ୍ମିଳନୀ ଆୟୋଜିତ ହୋଇଯାଇଛି।  ବିଭିନ୍ନ ମହାବିଦ୍ୟାଳୟରୁ ଆସିଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ କବିତା, ପ୍ରବନ୍ଧ ଓ ଗଳ୍ପ ଲିଖନ ପ୍ରତିଯୋଗିତା ହୋଇଥିଲା। ପ୍ରତିଯୋଗିତାରେ  ପ୍ରଥମ, ଦ୍ଵିତୀୟ ଓ ତୃତୀୟ ଶ୍ରେଣୀ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ମାନପତ୍ର ଓ ସ୍ମରଣିକା ପ୍ରଦାନ କରାଯାଇଥିଲା। ଫିରିଙ୍ଗିଆ ପଞ୍ଚାୟତ କଲେଜର ଅଧ୍ୟାପିକା ହରପ୍ରିୟା ମିଶ୍ର, ପ୍ରଭାତୀ ପାତ୍ର, ଶଙ୍କରାଖୋଲ ଆଞ୍ଚଳିକ ମହାବିଦ୍ୟାଳୟ ଅଧ୍ୟାପକ ରାମକୃଷ୍ଣ ମହାନ୍ତି, ଅଖିଳ ଭାରତୀୟ ସାହିତ୍ୟ ପରିଷଦ ସଂଯୋଜକ ସନ୍ତୋଷ କୁମାର ପାତ୍ର, ଫିରିଙ୍ଗିଆ କଲେଜ ଅଧ୍ୟକ୍ଷ ଡ଼ ଚିତ୍ତରଞ୍ଜନ ମିଶ୍ର ଓ ଅଧ୍ୟାପକ ଡ଼ ବିରଞ୍ଚି ନାରାୟଣ ସାହୁ ବିଚାରକ ଭାବେ ଯୋଗଦେଇଥିବା ବେଳେ ଫୁଲବାଣୀ ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟର ଅଧ୍ୟାପକ ଡ଼ ଚନ୍ଦ୍ରଶେଖର ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

Related Articles

Popular Categories