www.samajalive.in
Saturday, December 13, 2025
26.1 C
Bhubaneswar

ପଞ୍ଚାୟତ ଉପନିର୍ବାଚନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର : ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ରାଜ୍ୟ ନିର୍ବାଚନ ଆୟୁକ୍ତଙ୍କ ତରଫରୁ ପ୍ରକ୍ରିୟା ଆରମ୍ଭ କରାଯାଇଛି। ପାଞ୍ଚଟି ଜିଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି ସଦସ୍ୟ, ୪୫ଟି ସରପଞ୍ଚ, ୨୭୨ଟି ୱାର୍ଡ ମେମ୍ବର ପାଇଁ ଉପନିର୍ବାଚନ ହେଉଥିବାବେଳେ ୭୭୧ଟି ୱାର୍ଡରେ ନୂତନ ଭାବେ ନିର୍ବାଚନ ଅନୁଷ୍ଠିତ ହେବ। ଗତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସଂରକ୍ଷିତ ବର୍ଗ ପାଇଁ ଉଦ୍ଦିଷ୍ଟ ୭୭୧ଟି ୱାର୍ଡରେ କୌଣସି ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିନଥିବାରୁ ଉକ୍ତ ୱାର୍ଡଗୁଡ଼ିକରେ ନିର୍ବାଚନ ବନ୍ଦ ରହିଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ସମ୍ପୃକ୍ତ ଜିଲାପାଳଙ୍କ ସୁପାରିସ କ୍ରମେ ଉକ୍ତ ୱାର୍ଡଗୁଡ଼ିକୁ ଅଣସଂରକ୍ଷିତ କରାଯିବା ପରେ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ରାଜ୍ୟ ନିର୍ବାଚନ ଆୟୁକ୍ତଙ୍କ ସଚିବଙ୍କ ସୂଚନା ଅନୁଯାୟୀ, ଉକ୍ତ ୱାର୍ଡଗୁଡ଼ିକ ପାଇଁ ଏପ୍ରିଲ ୧୭ରୁ ୨୨ତାରିଖ ମଧ୍ୟରେ ନିର୍ବାଚନ ଅଧିକାରୀମାନେ କେନ୍ଦ୍ର ନିର୍ବାଚନ ଆୟୋଗ ଦ୍ବାରା ପ୍ରକାଶିତ ଭୋଟର ତାଲିକାରୁ ସମ୍ପୃକ୍ତ ୱାର୍ଡୱାରୀ ଭୋଟର ତାଲିକା ପ୍ରସ୍ତୁତ କରିବେ। ସେହିଭଳି ଏପ୍ରିଲ ୨୪ରେ ସମ୍ପୃକ୍ତ ଗ୍ରାମପଞ୍ଚାୟତ ମୁଖ୍ୟାଳୟରେ ୱାର୍ଡୱାରୀ ପ୍ରାଥମିକ ଭୋଟର ତାଲିକା ପ୍ରକାଶିତ ହେବ। ଏପ୍ରିଲ ୩୦ ସୁଦ୍ଧା ଅଭିଯୋଗ ଗ୍ରହଣ କରାଯାଇ ମେ ୨ରୁ ୫ତାରିଖ ମଧ୍ୟରେ ସମ୍ପୃକ୍ତ ଅଭିଯୋଗଗୁଡ଼ିକୁ ବିଚାରକୁ ନିଆଯାଇ ଉପଯୁକ୍ତ ପଦକ୍ଷେପ ନିଆଯିବ। ସଂଶୋଧିତ ଭୋଟର ତାଲିକାକୁ ନିର୍ବାଚନ ଅଧିକାରୀମାନେ ମେ ୯ ତାରିଖରେ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ପ୍ରଦାନ କରିବେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories