www.samajalive.in
Saturday, December 13, 2025
18.1 C
Bhubaneswar

ଅଲିଭ ରିଡଲେ କଇଁଛ ଛୁଆଙ୍କ ସମୁଦ୍ର ମଧ୍ୟକୁ ଯିବା ପ୍ରକ୍ରିୟା ଆରମ୍ଭ

ଡେସ୍କ: ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଣ ସମୂଦ୍ର ଉପକୂଳରେ ଲକ୍ଷ ଲକ୍ଷ ସଂଖ୍ୟାରେ ଅଲିଭ ରିଡଲେ କଇଁଛ ଛୁଆ ସମୁଦ୍ର ମଧ୍ୟକୁ ଯିବା ଆରମ୍ଭ କରିଛନ୍ତି। କିଛିଦିନ ପୂର୍ବେ ଏହି କଇଁଛଙ୍କ ଅଣ୍ଡା ଫୁଟିବା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ ସମୁଦ୍ର ମଧ୍ୟକୁ ଯିବା ପ୍ରକ୍ରିୟା ୪ରୁ ୫ ଦିନ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡିଛି। ଶିକାରୀ ଓ ପଶୁଙ୍କ କବଳରୁ କଇଁଛ ଛୁଆଙ୍କୁ ରକ୍ଷା କରିବା ଲାଗି ଋଷିକୁଲ୍ୟା ମୁହାଣର ଉଭୟ ପାର୍ଶ୍ୱରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି।


ସୂଚନାଯୋଗ୍ୟ, ଚଳିତ ବର୍ଷ ଋଷିକୁଲ୍ୟା ମୁହାଣ ସଂଲଗ୍ନ ବାଲୁକା ଶଯ୍ୟାରେ ଅଲିଭ୍ ରିଡ୍‌ଲେ କଇଁଛ ଦୁଇଟି ପର୍ଯ୍ୟାୟରେ ରେକର୍ଡ ସଂଖ୍ୟକ ୯ ଲକ୍ଷରୁ ଅଧିକ ଗଣ ଅଣ୍ଡାଦାନ କରିଥିଲେ। ଫେବ୍ରୁଆରି ୧୬ରୁ ୨୩ ମଧ୍ୟରେ ପ୍ରଥମ ପର୍ଯ୍ୟାୟରେ ୬ ଲକ୍ଷ ୯୮ ହଜାର ମାର୍ଚ୍ଚ ୨୨ରୁ ୨୭ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟରେ ୨ ଲକ୍ଷ ୫ ହଜାର କଇଁଛ ଗଣଅଣ୍ଡାଦାନ କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories