www.samajalive.in
Saturday, December 13, 2025
26.1 C
Bhubaneswar

ଭଣଜା ଠେଙ୍ଗାମାଡ଼ରେ ମାମୁ ମୃତ, ପୁଲିସ ତଦନ୍ତ ଆରମ୍ଭ

କଣ୍ଟାବାଞ୍ଜି: ମୁରିବାହାଲ ଥାନା କର୍ଲାପିଟା ଗାଁରେ ଜଘନ୍ୟ ହତ୍ୟାକାଣ୍ଡ। ମାମୁକୁ ଠେଙ୍ଗାରେ ପିଟିପିଟି ଭଣଜା ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଷ୍ଟପ୍ରହରି ଚାଲିଥିବାବେଳେ ମାମୁକୁ ପଛପଟୁ ଠେଙ୍ଗାରେ ଭଣଜା ଆକ୍ରମଣ କରିଥିଲା। ଠେଙ୍ଗାମାଡ଼ରେ ମାମୁଙ୍କ ମୃତ୍ୟୁ ହୋଇଯାଇଥିଲା। ମୁରିବାହାଲ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନଥିବାବେଳେ ଏ ସଂକ୍ରାନ୍ତରେ ଏକ ମାମଲା ରୁଜୁ ସହ ମାମୁକୁ ଠେଙ୍ଗାରେ ପିଟି ହତ୍ୟା କରିଥିବା ଅଭିଯୋଗରେ ଭଣଜାକୁ ପୁଲିସ ଗିରଫ କରିଥିବା ସୂଚନା ମିଳିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories