www.samajalive.in
Saturday, December 13, 2025
26.1 C
Bhubaneswar

ରାଜଧାନୀ ପାଳୁଛି ପ୍ରତିଷ୍ଠା ଦିବସ

ଭୁବନେଶ୍ଵର: ଆଜି ରାଜଧାନୀ ଭୁବନେଶ୍ଵର ପାଳୁଛି ୭୭ତମ ପ୍ରତିଷ୍ଠା ଦିବସ। ଏଥିଲାଗି ଲୋକସେବା ଭବନ ଓ ବିଧାନ ସୌଧ ମାର୍ଗରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଆଜି ସକାଳୁ ଓଡିଶା ବିଧାନ ସୌଧ ସମ୍ମୁଖରେ ଥିବା ଶିଳାନ୍ୟାସ ଫଳକରେ ବାଚସ୍ପତି ସୁରମା ପାଢୀ ଏବଂ ଅନ୍ୟାନ୍ୟ ଅତିଥି ମାନେ ମାଲ୍ୟାର୍ପଣ କରିଛନ୍ତି । ସେଠାରେ ପତାକା ଉତ୍ତୋଳନ ମଧ୍ୟ କରାଯାଇଛି। ପ୍ରତିଷ୍ଠା ଦିବସ ଅବସରରେ ଜୟଦେବ ଭବନରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଭୁବନେଶ୍ଵର ମହାନଗର ନିଗମ ଦ୍ଵାରା ଆୟୋଜିତ ଫଟୋ ଚିତ୍ର ପ୍ରଦର୍ଶନୀର ଉଦଘାଟନ ହେବା ସହ ରବିନ୍ଦ୍ର ମଣ୍ଡପ ଠାରୁ ଜୟଦେବ ଭବନ ଛକ ପର୍ଯ୍ୟନ୍ତ ବେସାମରିକ ପରେଡ୍ ପ୍ରଦର୍ଶିତ ହୋଇଛି। ଏଥିରେ ପୁଲିସ୍ କର୍ମଚାରୀଙ୍କ ସହ କଲେଜ ଓ ସ୍କୁଲ ଛାତ୍ରଛାତ୍ରୀମାନେ ସାମିଲ ହୋଇଛନ୍ତି। ସେହିପରି ସନ୍ଧ୍ୟାରେ ଉତ୍କଳ ମଣ୍ଡପରେ ଆୟୋଜିତ ହେବାକୁ ଥିବା ସ୍ଵତନ୍ତ୍ର ଅଧିବେଶନରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ମୁଖ୍ୟ ଅତିଥି ଭାବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories