www.samajalive.in
Saturday, December 13, 2025
26.1 C
Bhubaneswar

ଟ୍ରକ୍‌କୁ ପିଟିଲା ଯାତ୍ରୀବାହୀ ବସ୍ , ୨୦ରୁ ଅଧିକ ଆହତ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ୧୬ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଲଙ୍ଗଳେଶ୍ଵର ଛକ ନିକଟରେ ଏକ ଟ୍ରକକୁ ଧକ୍କା ଦେଇଛି ଯାତ୍ରୀବାହୀ ବସ୍। ଆଜି ସକାଳେ ବାଲୁଙ୍କେଶ୍ଵର ନାମକ ଏକ ଯାତ୍ରୀବାହୀ ବସ୍ ଭୁବନେଶ୍ଵରରୁ ଆସିକା ଯାଉଥିବାବେଳେ ଏକ ଟ୍ରକକୁ ପଛରୁ ଧକ୍କା ଦେଇଛି। ଏଥିରେ ୨୦ରୁ ଅଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତ ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି। ସେପଟେ ଦୁର୍ଘଟଣା ପରେ ଡ୍ରାଇଭର , କଣ୍ଡକ୍ଟର ଏବଂ ହେଲପର ବସ୍ ଛାଡି ଫେରାର୍ ହୋଇଯାଇଛନ୍ତି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories