www.samajalive.in
Saturday, December 13, 2025
26.1 C
Bhubaneswar

ରାଜଧାନୀ ହେଉଛି ରାଜ୍ୟର ମୁଖଶାଳା-ବାଚସ୍ପତି

ଭୁବନେଶ୍ବର: ରାଜଧାନୀ ହେଉଛି ରାଜ୍ୟର ମୁଖଶାଳା  । ଦେଶବିଦେଶରୁ ପର୍ଯ୍ୟଟକମାନେ ଆକାଶ ପଥରେ ହେଉ କିମ୍ବା ରେଳପଥରେ ପ୍ରଥମେ ଆସି ରାଜଧାନୀରେ ପହଞ୍ଚିଥାନ୍ତି । ମହିମାମଣ୍ଡିତ ଆମ ରାଜଧାନୀର କଳା ଓ ଐତିହ୍ୟ ବେଶ ଗୌରବ ମଣ୍ଡିତ । ଏହି ଗୌରବମୟ ରାଜଧାନୀର ଶ୍ରୀବୃଦ୍ଧି କରିବା ପାଇଁ ରାଜଧାନୀବାସୀଙ୍କୁ ବାଚସ୍ପତି ସୁରମା ପାଢୀ ଆହ୍ଵାନ ଦେଇଛନ୍ତି।

ଆମ ରାଜଧାନୀର କଳା, ସଂସ୍କୃତି ଐତିହ୍ୟର ସୁରକ୍ଷା କରିବା ସହ ସହରକୁ ସ୍ୱଚ୍ଛ, ସବୁଜ ଓ ସୁନ୍ଦର କରି ଗଢିତୋଳିବା ପାଇଁ ମେୟର ସୁଲୋଚନା ଦାସ ଭୁବନେଶ୍ୱରବାସୀଙ୍କୁ ଆହ୍ୱାନ ଦେଇଛନ୍ତି।

- Advertisement -

ସୂଚନା ଓ ଲୋକସମ୍ପର୍କ ବିଭାଗ, ଭୁବନେଶ୍ବର ମହାନଗର ନିଗମ ଓ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟିର ମିଳିତ ଆନୁକୁଲ୍ୟରେ ୭୭ ତମ ରାଜଧାନୀ ପ୍ରତିଷ୍ଠା ଦିବସ ଧୁମଧାମରେ ପାଳିତ ହୋଇଛି। ଏଥିରେ ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଧାନସୌଧ ସମ୍ମୁଖରେ ଥିବା ରାଜଧାନୀ ପ୍ରତିଷ୍ଠା ଫଳକରେ ମାଲ୍ୟାର୍ପଣ କରିଥିଲେ। ମୁଖ୍ୟ ଅତିଥି ବାଚସ୍ପତି ସୁରମା ପାଢୀ ପତାକା ଉତ୍ତୋଳନ କରି ବେସାମାରିକ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ।

ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ଉପଲକ୍ଷେ ସ୍ଥାନୀୟ ଜୟଦେବ ଭବନରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଏକ ଫଟୋଚିତ୍ର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା।

କାର୍ଯ୍ୟକ୍ରମରେ ବିଧାୟକ  ଅନନ୍ତ ନାରାୟଣ ଜେନା, ସୁଶାନ୍ତ କୁମାର ରାଉତ, ପୂର୍ବତନ ମନ୍ତ୍ରୀ ସୁରେଶ କୁମାର ରାଉତରାୟ, ଭୁବନେଶ୍ବର ମେୟର ସୁଲୋଚନା ଦାସ, ଡେପୁଟି ମେୟର ମଞ୍ଜୁଲତା କହଁର, ଭୁବନେଶ୍ୱର-କଟକ ପୋଲିସ କମିଶନର ଏସ ଦେବଦତ୍ତ ସିଂହ, ବିଏମସି କମିଶନର ରାଜେଶ ପ୍ରଭାକର ପାଟିଲ, ବିଡିଏ ଭାଇସ ଚେୟାରମ୍ୟାନ ଏନ ତିରୁମାଲ୍ଲା ନାଏକ, ଖୋର୍ଦ୍ଧା ଜିଲାପାଳ ଚଞ୍ଚଳ ରାଣା, ବିଏମସି ଅତିରିକ୍ତ କମିଶନର ଶୁଭେନ୍ଦୁ ସାହୁ, ଉପ ଜିଲାପାଳ ମନୋରଞ୍ଜନ ସାହୁ, ଖୋର୍ଦ୍ଧା ଅତିରିକ୍ତ ଶିକ୍ଷାଧିକାରୀ ପ୍ରଜ୍ଞା ପାରମିତା ଜେନା ପ୍ରମୁଖଙ୍କ ସମେତ ବହୁ ବ୍ୟକ୍ତିବିଶେଷ ଯୋଗ ଦେଇଥିଲେ ।

ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟିର ସଭାପତି ପ୍ରଦୋଷ ପ୍ରଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories