www.samajalive.in
Saturday, December 13, 2025
26.1 C
Bhubaneswar

୭ ଜିଲାକୁ କାଳବୈଶାଖୀ ସତର୍କତା

ଭୁବନେଶ୍ବର : ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ରବିବାର ବିଜୁଳି ଘଡଘଡି ସହ ଝଡବର୍ଷା ହୋଇଛି। କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡା, କନ୍ଧମାଳ ଏବଂ ମୟୂରଭଞ୍ଜ ଜିଲାର କିଛି ସ୍ଥାନରେ ବର୍ଷା ହୋଇଥିବାବେଳେ ଆଉ କିଛି ଅଞ୍ଚଳରେ ପବନ ବହିଛି। କନ୍ଧମାଳ ଜିଲାର ଦାରିଙ୍ଗବାଡିରେ ସର୍ବାଧିକ ୨୦ମି.ମି. ବର୍ଷା ହୋଇଥିବା ବେଳେ ମାଲକାନଗିରି ୨.୪ ମି.ମି ଏବଂ ରାୟଗଡାରେ ୪.୨ମି.ମି.ବର୍ଷା ହୋଇଥିବା ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୧ଟି ଜିଲାରେ କାଳବୈଶାଖୀ ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କେନ୍ଦ୍ରୀୟ ବିହାରରୁ ଉତ୍ତର ଉପକୂଳ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଝାଡଖଣ୍ଡରେ ଏକ ନିମ୍ନଚାପ ରେଖା ସକ୍ରିୟ ରହିଛି। ଏଥିସହିତ ପଶ୍ଚିମାଝଡ଼ ପ୍ରଭାବ ରହିଛି । ତେଣୁ ଆସନ୍ତା ୧୯ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ, ପବନ ଏବଂ ଝଡବର୍ଷାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର ଏବଂ ଭଦ୍ରକ ଜିଲାକୁ କାଳବୈଶାଖୀ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଉପରୋକ୍ତ ଜିଲା ଗୁଡିକ ମଧ୍ୟରୁ କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ଝଡବର୍ଷା ହେବା ବେଳେ ସ୍ଥାନେ ସ୍ଥାନେ ଘଣ୍ଟାପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ଼, ଝାରସୁୁଗୁଡା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କଟକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ, ନୟାଗଡ, ଗଞ୍ଜାମ ଏବଂ ଗଜପତି ଜିଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଉପରୋକ୍ତ ଜିଲାଗୁଡିକ ମଧ୍ୟରୁ କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ଏବଂ କେତେକ ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ଅନ୍ୟପଟେ କନ୍ଧମାଳ, କଳାହାଣ୍ଡି, ରାୟଗଡା, କୋରାପୁଟ ଏବଂ ମାଲକାନଗିରି ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ଜନିତ ଝଡବର୍ଷା ହୋଇପାରେ। ଏହି ସମୟରେ ଲୋକେ ସୁରକ୍ଷିତ ସ୍ଥାନରେ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯିବା ସହ ସମ୍ପୃକ୍ତ ଜିଲାର ଜିଲାପାଳ ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦେଶ ଦିଆଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories