www.samajalive.in
Saturday, December 13, 2025
26.1 C
Bhubaneswar

ଆମ୍ବେଦକରଙ୍କ ଜୟନ୍ତୀ ଉପଲକ୍ଷେ ପଦଯାତ୍ରା

ଭୁବନେଶ୍ୱର : ଭାରତୀୟ ସମ୍ବିଧାନର ପ୍ରମୁଖ ବିନ୍ଧାଣି ଡ. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ ପାଳନ ପରିପ୍ରେକ୍ଷୀରେ ରବିବାର ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଏକ ପଦଯାତ୍ରାର ଆୟୋଜନ କରାଯାଇଥିଲା। ବିଭାଗୀୟ ପ୍ରମୁଖ ଶାସନ ସଚିବ ଭାସ୍କର ଜ୍ୟୋତି ଶର୍ମା, ନିର୍ଦେଶକ ଦୀପଙ୍କର ମହାପାତ୍ର, ଅତିରିକ୍ତ ଶାସନ ସଚିବ ଅଶୋକ ପଣ୍ଡା, ଅତିରିକ୍ତ ଶାସନ ସଚିବ ବିଜୟ କୁମାର ସ୍ୱାଇଁ ଏବଂ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ଉପସ୍ଥିତ ଥିଲେ। ଶତାଧିକ ଯୁବକ ଓ ଯୁବତୀ ଏବଂ ସ୍ବେଚ୍ଛାସେବୀମାନେ ପଦଯାତ୍ରାରେ ସାମିଲ୍‌ ହୋଇଥିଲେ। ପଦଯାତ୍ରା ଅବସରରେ ଯୁବ ଏନ.ଏସ.ଏସ ସ୍ବେଚ୍ଛାସେବୀ, କ୍ରୀଡ଼ାବିତ ଏବଂ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସାମାଜିକ ସମତା ଓ ମୂଲ୍ୟବୋଧ ଏବଂ ସମ୍ବିଧାନର ଆଦର୍ଶକୁ ପ୍ରଚାର-ପ୍ରସାର କରିବା ସହିତ ଯୁବପିଢ଼ିଙ୍କ ମଧ୍ୟରେ ସାମ୍ବିଧାନିକ ଅଧିକାର ଏବଂ କର୍ତ୍ତବ୍ୟ ସମ୍ପର୍କରେ ସଚେତନତା ବାର୍ତ୍ତା ଦିଆଯାଇଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories