www.samajalive.in
Monday, December 15, 2025
17.1 C
Bhubaneswar

ଏପ୍ରିଲ ୧୬ରୁ ଆରମ୍ଭ ହେବ ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର  : ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତୋକାତ୍ତର ଏବଂ ଦୁଇ ବର୍ଷିଆ ବିଏଡ/ ଏମଏଡ /ବିଏଚଏଡ ପାଠ୍ୟକ୍ରମରେ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ପୂର୍ବରୁ ସରକାରଙ୍କ ତରଫରୁ ନିଷ୍ପତ୍ତି ନିଆଯାଇଛି। ଏହିକ୍ରମରେ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ମଧ୍ୟ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଏବଂ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି।

ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ଏପ୍ରିଲ ୧୬ ତାରିଖ (୧୬. ୦୪. ୨୦୨୫) ଠାରୁ କମନ ଆପ୍ଳିକେସନ ଫର୍ମ(ସିଏଏଫ) ପୂରଣ ପ୍ରକ୍ରିୟା ଆରମ୍ଭ ହେବ।

- Advertisement -

ଶିକ୍ଷାବର୍ଷ ୨୦୨୫-୨୬ ପାଇଁ ସ୍ନାତକ ଶ୍ରେଣୀରେ ନାମଲେଖା ପ୍ରକ୍ରିୟା ଜାତୀୟ ଶିକ୍ଷା ନୀତି-୨୦୨୦ ଆଧାରରେ କରାଯିବ। ଏହି ଶିକ୍ଷା ନୀତି ଅନୁସାରେ, ଛାତ୍ରଛାତ୍ରୀମାନେ ସାମ୍ସ ମାଧ୍ୟମରେ କମନ ଆପ୍ଳିକେସନ ଫର୍ମ(ସିଏଏଫ) ପୂରଣ କରିବା ସମୟରେ ନିଜ ପସନ୍ଦ ଅନୁଯାୟୀ ପାଠ୍ୟକ୍ରମର ବିଭିନ୍ନ ପ୍ରକାର ଯଥା: ଗୋଟିଏ ମୁଖ୍ୟ ବିଷୟ ସହିତ ଦୁଇଟି ଉପବିଷୟ କିମ୍ବା ଦୁଇଟି ମୁଖ୍ୟ ବିଷୟ କିମ୍ବା ତିନିଟି ଉପବିଷୟ ଚୟନ କରିପାରିବେ।

ଏଥିସହ ଶିକ୍ଷାବର୍ଷ ୨୦୨୫-୨୬ରେ ସ୍ନାତକ ପାଠ୍ୟକ୍ରମକୁ ଆସନ୍ତା ଜୁଲାଇ ମାସ ୧୦ ତାରିଖ (୧୦ ଜୁଲାଇ,୨୦୨୫) ସୁଦ୍ଧା ଆରମ୍ଭ କରାଯିବାପାଇଁ ଲକ୍ଷ୍ୟ ରଖାଯାଇଛି। ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ସଠିକ ସମୟରେ ପାଠ୍ୟକ୍ରମ ଆରମ୍ଭ ହେବା ସହିତ ସଠିକ ସମୟରେ ପରୀକ୍ଷା କରାଯାଇ ଫଳାଫଳ ମଧ୍ୟ ଘୋଷଣା କରାଯାଇପାରିବ, ଯାହାଦ୍ୱାରା ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories