www.samajalive.in
Saturday, December 6, 2025
15.1 C
Bhubaneswar

ସର୍ବୋଚ୍ଚ ନ୍ୟାୟାଳୟ ପ୍ରତ୍ୟାଖାନ କଲେ ଜାରି ହେବ ଅଧ୍ୟାଦେଶ – ଜାଭଡେକର

ନୂଆଦିଲ୍ଲୀ: ବିଶ୍ୱବିଦ୍ୟାଳୟଗୁଡିକରେ ଅଧ୍ୟାପକ ଚୟନ ପାଇଁ କେନ୍ଦ୍ର ସରକାରଙ୍କ ନିର୍ଦ୍ଧାରିତ ସଂରକ୍ଷଣ ନିୟମ ନେଇ ସର୍ବୋଚ୍ଚ ନ୍ୟାୟାଳୟରେ ଆଗତ ପୁନଃବିଚାର ଆବେଦନ ପ୍ରତ୍ୟାଖାନ ହେଲେ ସରକାର ଅଧ୍ୟାଦେଶ ଆଣିବେ ବୋଲି କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ପ୍ରକାଶ ଜାଭଡେକର କହିଛନ୍ତି । ସେ କହିଛନ୍ତି ଏହି ମାମଲାରେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରା ସ୍ପେଶାଲ ଲିଭ ପିଟିସନ ଖାରଜ ହେବା ପରେ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି । ସୋମବାରଦିନ ଲୋକସଭାରେ ଏକ ଅତିରିକ୍ତ ପ୍ରଶ୍ନର ଉତ୍ତରରେ ସେ ଏହା କହିଛନ୍ତି । ଶ୍ରୀ ଜାଭଡେକର କହିଛନ୍ତି ମୋଦୀ ସରକାର ସଂରକ୍ଷଣ ସପକ୍ଷରେ ଅଛନ୍ତି ଏବଂ ସେଥିପାଇଁ ନୂଆ ପିଟିସନ ଦାୟର କରାଯାଇଛି । ସୂଚନାଯୋଗ୍ୟ ଯେ, ପୂର୍ବରୁ ବିଶ୍ୱବିଦ୍ୟାଳୟ ଅଧ୍ୟାପକ ଚୟନ ନିମନ୍ତେ ୨୦୦ ପଏଣ୍ଟ ବ୍ୟବସ୍ଥା ଥିବା ବେଳେ ଚଳିତ ବର୍ଷ ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ୧୩ ପଏଣ୍ଟ ବ୍ୟବସ୍ଥା ପ୍ରଚଳନ କରିଛନ୍ତି ଯାହାକୁ ଲୋକସଭାରେ ସମାଜବାଦୀ ପାର୍ଟି, ବହୁଜନ ସମାଜବାଦୀ ପାର୍ଟି ଏବଂ ରାଷ୍ଟ୍ରୀୟ ଜନତା ଦଳ ବିରୋଧ କରିଛନ୍ତି । ନୂଆ ବ୍ୟବସ୍ଥାରେ ତଫସିଲଭୁକ୍ତ ଜାତି, ଜନଜାତି ଏବଂ ଅନ୍ୟାନ୍ୟ ପଛୁଆ ବର୍ଗର ଛାତ୍ରଛାତ୍ରୀ କ୍ଷତିଗ୍ରସ୍ତ ହେବେ ବୋଲି ବିରୋଧୀ ଦଳଗୁଡିକ ଅଭିଯୋଗ କରିଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories