www.samajalive.in
Sunday, December 14, 2025
26.1 C
Bhubaneswar

୧୭ରେ ଦିନିକିଆ ଓଡିଶା ଗସ୍ତରେ ଆସିବେ ଗଡ଼କରୀ

ଭୁବନେଶ୍ବର : କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଏପ୍ରିଲ ୧୭ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ୧୭ରେ ରେଭେନ୍ସା ବିଶ୍ବବିଦ୍ୟାଳୟର ଇତିହାସ ବିଭାଗ ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଜନ୍ମଜୟନ୍ତୀ ପାଳନ କରିବ। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଏବଂ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ପ୍ରମୁଖ ଅତିଥି ଭାବେ ଅଂଶ ଗ୍ରହଣ କରିବା କାର୍ଯ୍ୟକ୍ରମ ରହିଛି। ରେଭେନ୍ସା କାର୍ଯ୍ୟକ୍ରମ ସରିବା ପରେ ସେଠାରୁ ଶ୍ରୀ ଗଡ଼କରୀ ଭୁବନେଶ୍ବର ଆସି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (ଏନଏଚଏଆଇ)କାର୍ଯ୍ୟାଳୟ ଯାଇ ବିଭିନ୍ନ ଜାତୀୟ ରାଜପଥ ପ୍ରକଳ୍ପର ସମୀକ୍ଷା କରିବେ। ବିଜେପି ପକ୍ଷରୁ କୁହାଯାଇଛି ଯେ, ଓଡ଼ିଶା ପାଇଁ ଏବେ ସୁବର୍ଣ୍ଣ ଯୁଗ। କାରଣ ଡବଲ ଇଞ୍ଜିନ ସରକାର ଅଧୀନରେ ବିକାଶ କାର୍ଯ୍ୟ ତ୍ୱରାନ୍ୱିତ କରିବା ଲକ୍ଷ୍ୟରେ କେନ୍ଦ୍ରୀୟ ନେତୃତ୍ୱ ରାଜ୍ୟକୁ ଆସୁଛନ୍ତି। ସମ୍ପ୍ରତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ରାଜ୍ୟ ଗସ୍ତରେ ଆସି ଆୟୁଷ୍ମାନ ଭାରତ ଯୋଜନା ଶୁଭାରମ୍ଭ କରି ଦିଲ୍ଲୀ ଫେରିଛନ୍ତି। ଓଡ଼ିଶାର ସାମଗ୍ରିକ ବିକାଶ ପାଇଁ କେନ୍ଦ୍ର ସରକାର ଗୁରୁତ୍ବ ଦେଉଥିବାରୁ କେନ୍ଦ୍ରମନ୍ତ୍ରୀ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories