www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟରେ ନୂଆ ୨,୫୦୦ ଗୃହରକ୍ଷୀ ପଦବୀ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଖୁସି ଖବର। ରାଜ୍ୟରେ ଆଉ ନୂଆ ୨,୫୦୦ ଗୃହରକ୍ଷୀ ପଦବୀକୁ ମିଳିଛି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ । ରାଜ୍ୟରେ ସୃଷ୍ଟି ହୋଇଛି ୨,୫୦୦ ନୂଆ ଗୃହରକ୍ଷୀ ପଦବୀ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫ ଅଛି। ୨,୫୦୦ ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା ୨୦,୧୭୫କୁ ବୃଦ୍ଧି ପାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ କରିବା ପାଇଁ ରାଜ୍ୟ ପୁଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିଲେ। ରାଜ୍ୟ ପୁଲିସ ବିଭାଗର ବିଭିନ୍ନ ଶାଖାରେ ପ୍ରାୟ ୧୨,୦୦୦ ପଦବୀ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଛନ୍ତି।

ଦୀର୍ଘ ବର୍ଷ ପରେ ଶକ୍ତିଶାଳୀ ତ୍ରିଗ୍ରହୀ ଯୋଗ ; ଏହି ରାଶି ହେବେ ଭାଗ୍ୟବାନ୍‌, ହଠାତ୍‌ ମିଳିବ ଧନ, ଚାକିରି, ରହିବନି ଚିନ୍ତା..

- Advertisement -

ଦେଖନ୍ତୁ ଭିଡିଓ ; ଯାତ୍ରୀବାହୀ ବସ୍‌ ଉପରେ ଚଢିଗଲା ଦନ୍ତାହାତୀ

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories