www.samajalive.in
Sunday, December 14, 2025
15.1 C
Bhubaneswar

ସଲମାନ ଖାନଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତି ଜଣେ ମାନସିକ ରୋଗୀ

ବଡୋଦରା: ବଲିଉଡ଼ ଅଭିନେତା ସଲମାନ ଖାନଙ୍କୁ ହତ୍ୟା ଧମକ ଦେଇଥିବା ଗୁଜରାଟର ଜଣେ ବ୍ୟକ୍ତି ମାନସିକ ରୋଗୀ ବୋଲି ଜଣାପଡିଛି। ସଲମାନଙ୍କୁ ହତ୍ୟା ଧମକ ଦେଇଥିବା ଜଣେ ବ୍ୟକ୍ତିଙ୍କୁ ଗୁଜୁରାଟର ଭଦୋଦରା ଜିଲାର ଏକ ଗାଁରେ ଚିହ୍ନଟ କରାଯାଇଛି ଏବଂ ସେ ମାନସିକ ଭାବରେ ଅସ୍ଥିର ଥିବା ପୁଲିସ ମଙ୍ଗଳବାର ଦିନ କହିଛି। ମୁମ୍ବାଇ ପୁଲିସ ୱାଘୋଡିଆ ତାଲୁକାର ଏକ ଗ୍ରାମର ୨୬ ବର୍ଷୀୟ ଯୁବକଙ୍କୁ ହାଜର ହେବା ପାଇଁ ନୋଟିସ ଜାରି କରିଛି।

ମୁମ୍ବାଇ ଟ୍ରାଫିକ ପୁଲିସର ହ୍ୱାଟସଆପ୍ ହେଲ୍ପଲାଇନକୁ ରବିବାର ଏକ ମେସେଜ ଆସିଥିଲା। ଯେଉଁଥିରେ ପ୍ରେରକ ସଲମାନ ଖାନଙ୍କ କାରକୁ ବୋମାରେ ଉଡ଼ାଇ ଦେବା ଏବଂ ୱାଇପ୍ଲସ ସୁରକ୍ଷାକର୍ମୀଙ୍କୁ ଆକ୍ରମଣ ସହ ତାଙ୍କ ଘରେ ପଶି ହତ୍ୟା କରିବାକୁ ଧମକ ଦେଇଥିଲା। ଏହି ଘଟଣା ପରେ ୱର୍ଲି ଥାନାରେ ଅଜଣା ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ଅଧିକାରୀମାନେ ଏବେ ଧମକର ଉତ୍ସ ଏବଂ ସତ୍ୟତା ଯାଞ୍ଚ କରିଥିଲେ।

- Advertisement -

ସୂଚନାଯୋଗ୍ୟ, ଗତ ବର୍ଷ ଏପ୍ରିଲ ୧୪ ତାରିଖ ସକାଳେ ଦୁଇଜଣ ଦୁର୍ବୃତ୍ତ ବାଇକରେ ଆସି ସଲମାନ ଖାନଙ୍କ ଘର ଗାଲାକ୍ସି ଆପାର୍ଟମେଣ୍ଟ ଉପରକୁ ପାଞ୍ଚ ରାଉଣ୍ଡ ଗୁଳି ଚଳାଇଥିଲେ। ଏହି ଗୁଳିକାଣ୍ଡରେ ସଲମାନଙ୍କ ଘର କାନ୍ଥରେ ମଧ୍ୟ ଏକ ଗୁଳି ବାଜିଥିଲା। ସଲମାନଙ୍କ ଘରେ ଲାଗିଥିବା ନେଟ୍‌କୁ ଚିରି ଏକ ଗୁଳି ଭିତରେ ବାଜିଥିଲା। ଗୁଳି ଚଳାଇବା ପରେ ଆକ୍ରମଣକାରୀମାନେ ବାଇକ୍‌କୁ ଘଟଣାସ୍ଥଳରେ ଛାଡ଼ି ଫେରାର ହୋଇଯାଇଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories