www.samajalive.in
Sunday, December 14, 2025
26.1 C
Bhubaneswar

୩ ଘଣ୍ଟା ପାଇଁ କାଳବୈଶାଖୀ ସତର୍କତା, ୪୦-୫୦ କିମି ବେଗରେ ପବନ ବହିବା ସମ୍ଭାବନା

ଡେସ୍କ: ଆସନ୍ତା ୩ ଘଣ୍ଟା ମଧ୍ୟରେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡ଼ା ଓ ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସାମାନ୍ୟ କ୍ଷୟକ୍ଷତି ହୋଇପାରେ। ପରିସ୍ଥିତି ଖରାପ ହେଲେ ପାଣିପାଗ ଉପରେ ନଜର ରଖିବା ସହ ସୁରକ୍ଷିତ ସ୍ଥାନକୁ ଯିବାପାଇଁ ପ୍ରସ୍ତୁତ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।

ଅନ୍ୟପକ୍ଷରେ ଆସନ୍ତା ୩ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା, ମାଲକାନଗିରି, ନବରଙ୍ଗପୁର, ସୁନ୍ଦରଗଡ଼, ନୟାଗଡ଼, କେନ୍ଦୁଝର, ବାଲେଶ୍ୱର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ ଓ କଟକ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବା ସହ ସୁରକ୍ଷିତ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

- Advertisement -

ଅନ୍ୟପକ୍ଷରେ ଆଜି କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷ ହୋଇଯାଇଛି। ପ୍ରାୟ ୧ ଘଣ୍ଟାରୁ ଅଧିକ ସମୟ ଧରି ଉଭୟ ସହରରେ ବର୍ଷ ହେବା ସହ ଖାଲୁଆ ଅଂଚଳଗୁଡିକ ଜଳମଗ୍ନ ହୋଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories