www.samajalive.in
Saturday, December 6, 2025
19.1 C
Bhubaneswar

ଓଡ଼ିଶାରେ ଦିଲ୍ଲୀ ବିଧାନସଭାର ବାଚସ୍ପତି: ‘ନେଭା’ର କାର୍ଯ୍ୟକାରିତା ନେଇ କଲେ ଆଲୋଚନା

ଭୁବନେଶ୍ୱର : ଦିଲ୍ଲୀ ବିଧାନସଭା ବାଚସ୍ପତି ବିଜେନ୍ଦର ଗୁପ୍ତା ଓ ଉପବାଚସ୍ପତି ମୋହନ ସିଂ ବିଷ୍ଟ ତିନିଦିନିଆ ଓଡ଼ିଶା ଗସ୍ତରେ ଆସି ମଙ୍ଗଳବାର ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀଙ୍କୁ ରାଜ୍ୟ ବିଧାନସଭାଠାରେ ସାକ୍ଷାତ କରିଛନ୍ତି। ଦିଲ୍ଲୀ ବିଧାନସଭା ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଆସିଥିବା ଏହି କମିଟିର ସଦସ୍ୟମାନେ ଓଡ଼ିଶା ବିଧାନସଭାର କାର୍ଯ୍ୟାବଳୀ ଓ କାର୍ଯ୍ୟଧାରା ସମ୍ପର୍କରେ ବିଶେଷ ଭାବେ ଅବଗତ ହେବା ସହ ଓଡ଼ିଶା ବିଧାନସଭାରେ ଜାତୀୟ ଇ-ବିଧାନ ଆପ୍ଲିକେସନ୍‌ (ନେଭା) ମାଧ୍ୟମରେ କାଗଜବିହୀନ ବିଧାନସଭା ପରିଚାଳନାର ସଫଳ କାର୍ଯ୍ୟକାରିତା ନେଇ ଆଲୋଚନା କରିଥିଲେ।
ଏହି ଅବସରରେ ଦିଲ୍ଲୀ ବିଧାନସଭାର ସଚିବ ରଣଜିତ ସିଂ, ବିତ୍ତ ଅଧିକାରୀ ଗୁରିନ୍ଦର ସିଂ ଏବଂ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସମେତ ରାଜ୍ୟ ବିଧାନସଭାର ସଚିବ ସତ୍ୟବ୍ରତ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories