www.samajalive.in
Saturday, December 6, 2025
15.1 C
Bhubaneswar

୨୧ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି : ଆଜିଠୁ ପଞ୍ଜୀକରଣ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୧ ତାରିଖ (ସୋମବାର)ରେ ସମ୍ବଲପୁରରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ, ଦୁର୍ଗାପାଲି ଠାରେ ଏହି ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ। ଏଥିପାଇଁ ଆଜି ଦିନ ୧୧ ଟା ଠାରୁ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ପଞ୍ଜୀକରଣ ଆରମ୍ଭ ହେବ। ଏଥିପାଇଁ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ। ପଞ୍ଜିକୃତ ଦରଖାସ୍ତକାରୀ ସେମାନଙ୍କର ପଞ୍ଜିକୃତ ପ୍ରାପ୍ତିପତ୍ର ଏବଂ ବ୍ୟକ୍ତିଗତ ପରିଚୟପତ୍ର ତଥା ନିଜ ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନ ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ, ଦୁର୍ଗାପାଲି ଠାରେ ୨୧ ତାରିଖ ସକାଳ ୮ଟାରୁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ସେମାନଙ୍କ ଅଭିଯୋଗ ଜଣାଇ ପାରିବେ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories