www.samajalive.in
Saturday, December 6, 2025
26.1 C
Bhubaneswar

ଆଶ୍ଵସ୍ତି ଆଣିଲା କାଳବୈଶାଖୀ: ୧୭ ଜିଲ୍ଲାକୁ ସତର୍କତା

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇଛି । ଫଳରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ପୂର୍ବାପେକ୍ଷା ହ୍ରାସ ପାଇଛି। ସର୍ବାଧିକ ତାପମାତ୍ରା ଏଥିଯୋଗୁଁ ୪୦ଡିଗ୍ରୀ ସେଲ୍‌ସିୟସ୍‌ ତଳକୁ ଖସିଛି। ବୁଧବାର ଉପକୂଳବର୍ତ୍ତୀ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଏବଂ ଚାନ୍ଦବାଲିରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝଡ଼ବର୍ଷା ଲାଗି ରହିଥିଲା। ମଝିରେ ମଝିରେ ପବନ ବହିଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ବର୍ଷା ସହ ପବନ ବହିବା ସମ୍ଭାବନା ରହିଛି। ବୁଧବାର କେନ୍ଦ୍ରାପଡ଼ାରେ ୧୮.୬ ମି.ମି. ବର୍ଷା ହୋଇଥିବାବେଳେ ଜଗତସିଂହପୁର ୩.୩ ମି.ମି. ଏବଂ ଚାନ୍ଦବାଲିରେ ୯.୨ ମି.ମି. ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ,ଗଜପତି, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାର କିଛି ଅଞ୍ଚଳରେ ବଜ୍ରପାତ ସହ ଝଡ଼ବର୍ଷାର ସମ୍ଭାବନା ରହିଛି। କେତେକ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିପାରେ। ମାଲକାନଗିରି, କୋରାପୁଟ, ରାୟଗଡ଼ା ଏବଂ ନବରଙ୍ଗପୁର ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବ ଦ୍ବାରା ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ଏବଂ ଘଣ୍ଟା ପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏଥିପାଇଁ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କାଳବୈଶାଖୀ ପ୍ରଭାବ ଯୋଗୁଁ ଦିନ ତାପମାତ୍ରା ବଢ଼ୁନାହିଁ। ବୁଧବାର ରାଜ୍ୟର ସମସ୍ତ ଅଞ୍ଚଳରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ବଲାଙ୍ଗିରରେ ୩୯.୨ ଡିଗ୍ରୀ ପାରଦ ଥିବାବେଳେ ଟିଟିଲାଗଡ଼ ଓ ବୌଦ୍ଧରେ ୩୯, ଭୁବନେଶ୍ବର ୩୪.୮ ଏବଂ କଟକରେ ୩୩.୫ ଡିଗ୍ରୀ ରହିଛି। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବାର ସମ୍ଭାବନା ନାହିଁ।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories