www.samajalive.in
Monday, December 8, 2025
27.1 C
Bhubaneswar

୫ ବର୍ଷର ନାବାଳକକୁ ଚିକିତ୍ସା ନାଁରେ ଧୂମପାନ କରାଇଲେ ଡାକ୍ତର

ଲକ୍ଷ୍ନୌ: ଥଣ୍ଡାରେ ପୀଡ଼ିତ ଜଣେ ୫ବର୍ଷର ନାବାଳକକୁ ଚିକିତ୍ସା ନାଁରେ ଉତ୍ତରପ୍ରଦେଶ କୁଥାଣ୍ଡା ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ଧୂମପାନ କରାଇବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। କିଛିଦିନ ତଳେ ଜଣେ ନାବାଳକ ଥଣ୍ଡାରେ ପୀଡ଼ିତ ହୋଇଥିବାରୁ ତା’ ପରିବାର ଲୋକେ ଚିକିତ୍ସା ପାଇଁ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ସୁରେଶ ଚନ୍ଦ୍ର ନାମକ ଡାକ୍ତର ଥଣ୍ଡା ଭଲ କରିବାକୁ ନାବାଳକୁ ଧୂମପାନ କରାଇଥିଲେ। ଏହି ଘଟଣାର ଭିଡିଓ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହେବା ପରେ ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀଙ୍କ ନିର୍ଦେଶକ୍ରମେ ସୁରେଶଙ୍କୁ ଜିଲା ମୁଖ୍ୟାଳୟକୁ ବଦଳି କରାଯାଇଛି। ଏପରି ଘଟଣାକୁ ଆଦୌ ବରଦାସ୍ତ କରାଯିବ ନାହିଁ। ଘଟଣାର ତଦନ୍ତ ଚାଲିଛି ଏବଂ ରିପୋର୍ଟ ଆଧାରରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories