www.samajalive.in
Monday, December 8, 2025
13.1 C
Bhubaneswar

ଓଡ଼ିଶାରେ ନୀତିନ ଗଡ଼କରୀ

ଭୁବନେଶ୍ଵର: ଦିନିକିଆ ଓଡ଼ିଶା ଗସ୍ତରେ ଆସି ଗୁରୁବାର ଭୁବନେଶ୍ଵରରେ ପହଞ୍ଚିଛନ୍ତି କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବିମାନବନ୍ଦରରେ ତାଙ୍କୁ ସ୍ଵାଗତ କରିଛନ୍ତି। ଆଜି କଟକ ଓ ଭୁବନେଶ୍ଵରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ଗଡ଼କରୀ।

ଭୁବନେଶ୍ବର ବିମାନ ବନ୍ଦରରୁ କଟକ ରେଭେନ୍ସା ବିଶ୍ବବିଦ୍ୟାଳୟ ଯିବେ। କଟକରୁ କାର୍ଯ୍ୟକ୍ରମ ସାରି ଅପରାହ୍ଣ ୩ଟାରେ ବରମୁଣ୍ଡା ପଡ଼ିଆରେ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ସେଠାରେ ରାଜ୍ୟ ପାଇଁ ପ୍ରାୟ ୪ ହଜାର କୋଟିରୁ ଅଧିକ ଟଙ୍କାର ଅନେକ ଜାତୀୟ ରାଜପଥ ପ୍ରକଳ୍ପର ଉଦ୍‌ଘାଟନ କରିବେ ମନ୍ତ୍ରୀ। ରେଭେନ୍ସା ବିଶ୍ବବିଦ୍ୟାଳୟର ଇତିହାସ ବିଭାଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଡ.ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳନ କରାଯିବ। ଉତ୍ସବରେ ଗଡ଼କରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରମୁଖ ଅତିଥି ଭାବେ ଯୋଗଦେବା କାର୍ଯ୍ୟକ୍ରମ ରହିଛି।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories