www.samajalive.in
Sunday, December 7, 2025
14.1 C
Bhubaneswar

ସଂଗଠନକୁ ସଜାଡ଼ିବା ପାଇଁ ଗୁରୁମନ୍ତ୍ର ଦେଲେ ଜିଲା ସଭାପତି

ବାସୁଦେବପୁର: ବାସୁଦେବପୁର ଟାଉନହଲ ପରିସରରେ ଗୁରୁବାର ବିଜେପିର ବିଧାନସଭାସ୍ତରୀୟ ସକ୍ରିୟ ସଦସ୍ୟମାନଙ୍କୁ ନେଇ ଏକ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଦୁର୍ବଳ ସଂଗଠନକୁ ସଜାଡ଼ିବା ପାଇଁ ଗୁରୁମନ୍ତ୍ର ଦେଇଛନ୍ତି ବିଜେପି ଜିଲା ସଭାପତି ଭଗବାନ ପଣ୍ଡା। ୩୮୫ ଜଣ ସକ୍ରିୟ ସଦସ୍ୟ ଥିବାବେଳେ ଦୁର୍ବଳ ସଂଗଠନକୁ ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ। ଏହି ଶିବିରରେ ଖବର ସଂଗ୍ରହ ପାଇଁ ପହଞ୍ଚିଥିବା ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ବାହାରକୁ ଚାଲିଯିବା ପାଇଁ ଅନୁରୋଧ କରିଥିଲେ ଜିଲା ସଭାପତି। ଏହି ଅବସରରେ ବିଧାନସଭା ମଣ୍ଡଳୀର ବିଜେପି କାର୍ଯ୍ୟକର୍ତ୍ତାମାନେ ଯୋଗ ଦେଇଥିବାବେଳେ ଜିଲା ଉପସଭାପତି ଉଦୟ ନାରାୟଣ ମଲ୍ଲିକ ଯୋଗ ଦେଇ ନ ଥିଲେ, ଯାହାକୁ ନେଇ ସାଂଗଠନିକ ବିବାଦ ପଦାରେ ପଡ଼ିଥିଲା। ଏହି ଅବସରରେ ପାଖାପାଖି ଦୁଇଶହ କର୍ମୀ ଯୋଗଦେଇଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories