www.samajalive.in
Sunday, December 14, 2025
23.1 C
Bhubaneswar

ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ

ଭୁବନେଶ୍ବର :  ଦିନିକିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରାଳୟର ମାନ୍ୟବର ମନ୍ତ୍ରୀ ନୀତିନ ଗଡ଼କରୀ ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କରିଥିଲେ। ଓଡ଼ିଶାର ଯୁବପିଢ଼ିଙ୍କ ଦକ୍ଷତା ବିକାଶ ସହିତ ସେମାନଙ୍କୁ ଶିଳ୍ପ ଉପଯୋଗୀ ତାଲିମ ପ୍ରଦାନ କରିବାରେ ଏହି କେନ୍ଦ୍ର ବିଶେଷ ଭୂମିକା ଗ୍ରହଣ କରୁଥିବା ଜାଣି ଖୁସି ହୋଇଥିଲେ। ଏହି ଅତ୍ୟାଧୁନିକ ଭିତ୍ତିଭୂମି ପ୍ରତିଷ୍ଠା ପାଇଁ ସେ ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଥିଲେ।

ବିଶ୍ୱ ଦକ୍ଷତା କେନ୍ଦ୍ରରେ କେନ୍ଦ୍ରମନ୍ତ୍ରୀ ଗଡ଼କରୀ ପହଞ୍ଚିବା ପରେ ତାଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାଗତ କରିଥିଲେ। ପରେ ସେ ଭର୍ଟିକାଲ ଟ୍ରାନ୍ସପୋର୍ଟେସନ, ଟ୍ରାଭେଲେଟର ଓ ଏସ୍କାଲେଟର ଲାବୋରେଟୋରି ସହିତ ଅଟୋମେସନ ଆଣ୍ଡ ବେସିକ୍‌ ରୋବୋଟିକ୍ସ ଲ୍ୟାବ୍‌ ଏବଂ ଅତ୍ୟାଧୁନିକ ୱେଲ୍ଡିଂରେ ଉତ୍କର୍ଷ କେନ୍ଦ୍ର ବୁଲି ଦେଖିଥିଲେ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀ ଓ ପ୍ରଶିକ୍ଷକଙ୍କ ସହ କଥା ହୋଇଥିଲେ। ଏହି ଅତ୍ୟାଧୁନିକ ଲାବୋରେଟୋରିରେ ସେମାନଙ୍କ ଦକ୍ଷତା ବିକାଶ ଏବଂ କ୍ୟାରିୟର ସ୍ୱପ୍ନ ପୂରଣ ଦିଗରେ କିପରି ସହାୟକ ହେଉଛି ସେ ବିଷୟରେ ପଚାରି ବୁଝିଥିଲେ।

- Advertisement -

ଏହି କାର୍ଯ୍ୟକ୍ରମରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ମାନ୍ୟବର ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଯୋଗ ଦେଇଥିଲେ। ସେ କହିଥିଲେ ଯେ, ‘‘ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଦକ୍ଷତା ବିକାଶ କ୍ଷେତ୍ରକୁ ସୁଦୃଢ଼ କରାଯାଉଛି। ଯୁବପିଢ଼ିଙ୍କ ଦକ୍ଷତାକୁ ନୂଆ ଉଚ୍ଚତାକୁ ନେବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏ ଦିଗରେ ବିଶ୍ୱ ଦକ୍ଷତା କେନ୍ଦ୍ରର ଏକ ବଡ଼ ଯୋଗଦାନ ରହୁଛି। ଏଠାରେ ଅତ୍ୟାଧୁନିକ ତାଲିମ ନେଇ ଛାତ୍ରଛାତ୍ରୀମାନେ ଦେଶ ବିଦେଶରେ ନିଯୁକ୍ତି ସୁଯୋଗ ପାଉଛନ୍ତି। ଆଗାମୀ ଦିନରେ ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶା ଏକ ବିଶେଷ ପରିଚୟ ପାଇବାକୁ ଯାଉଛି।’’

ଏହି ଅବସରରେ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। କାର୍ଯ୍ୟକ୍ରମରେ ଭୁବନେଶ୍ୱର ଲୋକସଭା କ୍ଷେତ୍ରର ମାନ୍ୟବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ଖୋର୍ଦ୍ଧାର ମାନ୍ୟବର ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ସଚିବ ଭୁପେନ୍ଦ୍ର ସିଂ ପୁନିଆ, ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଓ ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ରଶ୍ମିତା ପଣ୍ଡା, ବିଶ୍ୱ ଦକ୍ଷତା କେନ୍ଦ୍ରର ଚିଫ୍ ସ୍କିଲ ଅଫିସର ବ୍ରୁସ୍ ପୋହ ଏବଂ ସିଓଓ ପିନାକୀ ପଟ୍ଟନାୟକ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ଭିତରେ ବିଶ୍ୱ ଦକ୍ଷତା କେନ୍ଦ୍ରର ଅଧ୍ୟକ୍ଷ ଟି ଥମ୍ବିରାଜା ଏବଂ ଉପାଧ୍ୟକ୍ଷା ଜିତାମିତ୍ର ଶତପଥୀ ପ୍ରମୁଖ ଯୋଗ ଦେଇଥିଲେ।

Hot this week

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

Related Articles

Popular Categories