www.samajalive.in
Monday, December 15, 2025
27.1 C
Bhubaneswar

ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’

ସମାଜ ଡିଜିଟାଲ ଡେସ୍କ: ‘ଭଗବଦ ଗୀତା’ ଏବଂ ଭରତ ମୁନିଙ୍କ ‘ନାଟ୍ୟଶାସ୍ତ୍ର’କୁ ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସାମିଲ କରାଯାଇଛି। କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାଓ୍ବତ ଏ ସମ୍ପର୍କରେ ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି। ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖୁସି ବ୍ୟକ୍ତ କରିଛନ୍ତି। ଏହା ପ୍ରତ୍ୟକ ଭାରତୀୟଙ୍କ ପାଇଁ ଗର୍ବର ମୁହୂର୍ତ୍ତ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ମୋଦୀ କହିଛନ୍ତି, ୟୁନେସ୍କୋର ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ଗୀତା ଏବଂ ନାଟ୍ୟଶାସ୍ତ୍ରକୁ ସାମିଲ କରାଯିବା ଅର୍ଥ ଆମ ଶାଶ୍ଵତ ବୁଦ୍ଧିମତ୍ତା ଏବଂ ସମୃଦ୍ଧ ସଂସ୍କୃତିକୁ ବିଶ୍ଵସ୍ତରରେ ମାନ୍ୟତା ମିଳିବା। ଗୀତା ଏବଂ ନାଟ୍ୟଶାସ୍ତ୍ରର ଅନ୍ତଃଦୃଷ୍ଟି ଦୁନିଆକୁ ପ୍ରେରଣା ଯୋଗାଇ ଆସିଛି। ଏହି ଦୁଇ ଅଭିଲେଖାକୁ ମିଶାଇ ମୋଟ ୧୪ଟି ଅଭିଲେଖା ୟୁନେସ୍କୋର ଏହି ଅନ୍ତର୍ଜାତୀୟ ରେଜିଷ୍ଟରରେ ସାମିଲ ହୋଇଛନ୍ତି।

- Advertisement -

Hot this week

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

ଆୟୁର୍ବେଦିକ ଏବଂ ହୋମିଓପାଥିକ୍ ପିଜି ଷ୍ଟାଇପେଣ୍ଡ୍‌ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ...

Related Articles

Popular Categories