ପବିତ୍ର ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ଭିଡ

0

କୋଣାର୍କ : ଆଜି ହେଉଛି ପବିତ୍ର ମାଘ ସପ୍ତମୀ । ଏହି ଅବସରରେ ଲକ୍ଷାଧିକ ଶ୍ରଦ୍ଧାଳୁ ଚନ୍ଦ୍ରଭାଗାରେ ବୁଡ ପକାଇଛନ୍ତି । ସୂଚନାଯୋଗ୍ୟ, ତ୍ରିବେଣୀଶ୍ୱର ମହାଦେବ, ସନ୍ଥପୁରର ଐଶାନ୍ୟଶ୍ୱର ମହାଦେବ ଓ କୁରୁଜଙ୍ଗର ଦକ୍ଷିଣେଶ୍ୱର ମହାଦେବଙ୍କ ମହାସ୍ନାନ ସହ ସ୍ୱତନ୍ତ୍ର ନୀତି କରାଯାଇଥିଲା । ଏହା ପରେ ଭୋର ୪ଟାରେ ଶ୍ରଦ୍ଧାଳୁମାନେ ବୁଡ଼ ପକାଇଥିଲେ । ସୂର୍ୟ୍ୟ ଉଦୟ ସମୟରେ ଶ୍ରଦ୍ଧାଳୁମାନେ ସୂର୍ଯ୍ୟ ଦେବତାଙ୍କୁ ଦର୍ଶନ କରି କୋଣାର୍କ ମନ୍ଦିରରେ ନବଗ୍ରହ ପୂଜାର୍ଚ୍ଚନା କରିଥିଲେ । ଚନ୍ଦ୍ରଭାଗା ବୁଡ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦୃଷ୍ଟି ରଖି ପ୍ରାୟ ୩୦ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଥିଲେ ।

Leave A Reply