www.samajalive.in
Sunday, December 7, 2025
26.1 C
Bhubaneswar

କେ.ଆର ଲାଇନରେ ପୁଣି ଅଚଳ ହେଲା ପେଣ୍ଟୋଗ୍ରାଫ, ଅଟକିଲା ଟ୍ରେନ୍

କଲ୍ୟାଣସିଂହପୁର : ପେଣ୍ଟାଗ୍ରାଫ୍ ଅଚଳ, ଅଟକିଲା ଟ୍ରେନ୍। ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକର ଲେଲିଗୁମା ଷ୍ଟେସନ୍‌ ନିକଟରେ ପେଣ୍ଟାଗ୍ରାଫ୍ ଅଚଳ ହେବା ଯୋଗୁଁ କେ.ଆର ଲାଇନରେ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଆଜି ସକାଳୁ ଇଣ୍ଟରସିଟି ଓ ହୀରାଖଣ୍ଡ ଏକ୍ସପ୍ରେସ୍ ଲେଲିଗୁମା ଷ୍ଟେସନ୍‌ ନିକଟରେ ଅଟକି ରହିଥିବା ଦେଖିବାକୁ ମିଳିଛି। ୩ ଘଣ୍ଟାରୁ ଅଧିକ ସମୟ ହେଲାଣି ଏହି ରୁଟ୍‌ରେ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଫଳରେ ଦୂର ଦୂରାନ୍ତରୁ ଆସିଥିବା ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଟ୍ରେନ ଇଞ୍ଜିନକୁ ବିଦ୍ୟୁତ୍ ଯୋଗାଣ ନ ହେବା ଯୋଗୁଁ ଟ୍ରେନ ଆଗକୁ ଆଉ ଗଡି ପାରିନଥିଲା ବୋଲି ଜଣେ ରେଲଓ୍ବେ କର୍ମଚାରୀ ପ୍ରକାଶ କରିଛନ୍ତି । ଟେକ୍ନିକାଲ ଟିମ୍  ଘଟଣାସ୍ଥଳରେ ପହଞ୍ଚି ଏହାକୁ ମରାମତି କରୁଥିବା ସୂଚନାରୁ ଜଣାପଡିଛି । ଗତକାଲି ସନ୍ଧ୍ୟାରେ ଜୟପୁର କୋରାପୁଟ ରୁଟରେ ଥିବା  ଜରଟି ନିକଟରେ ଏକ ମାଲବାହି ଟ୍ରେନର ପେଣ୍ଟାଗ୍ରାଫ୍ ଅଚଳ ହେବାରୁ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇ ଟ୍ରେନ ଚଳାଚଳ ବିଳମ୍ବିତ ହୋଇଥିଲା । ୧୨ ଘଣ୍ଟା ମଧ୍ୟରେ ଏହି ରୁଟ୍ ରେ ଦୁଇ ଦୁଇ ଟି ଟ୍ରେନର ପେଣ୍ଟୋଗ୍ରାଫ ଅଚଳ ହେବା ଘଟଣା ରେଳ ବିଭାଗକୁ ଚିନ୍ତାରେ ପକାଇବା ସହ ଯାତ୍ରୀ ମାନଙ୍କୁ ଭୟଭୀତ କରିଛି । ଏହି ରୁଟରେ ପେଣ୍ଟୋଗ୍ରାଫ କାହିଁକି ଅଚଳ ହେଲା ସେନେଇ ବିଭାଗ ତରଫରୁ ତଦନ୍ତ ଚାଲିଛି ବୋଲି ରାୟଗଡା ଷ୍ଟେସନ ପ୍ରବନ୍ଧକ ପ୍ରକାଶ କରିଛନ୍ତି ।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories