www.samajalive.in
Saturday, December 6, 2025
16.1 C
Bhubaneswar

ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ଆଉ ଏକ ବାଟାଲିୟନ ଗଠନ

ଭୁବନେଶ୍ବର : ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଏକ ବାଟାଲିୟନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ନୂତନ ବାଟାଲିୟନ ପାଇଁ ସମୁଦାୟ ୧୦୪୦ଟି ପଦ ସୃଷ୍ଟି କରାଯାଇଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ଓଆଇଏସ୍‌ଏଫ୍‌ରେ ଗୋଟିଏ ବାଟାଲିୟନ ଅଛି। ଏହାର ପଦ ସଂଖ୍ୟା ୧୮୦୭। ନୂଆ ବାଟାଲିୟନ ସୃଷ୍ଟି ହେବା ପରେ ଏଥିରେ ସମୁଦାୟ ୨ଟି ବାଟାଲିୟନ କାର୍ଯ୍ୟ କରିବ। ୨ଟି ବାଟାଲିୟନର ପଦ ସଂଖ୍ୟା ୨୮୪୭ ହେବ। ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଉପରେ ସରକାର ପଦକ୍ଷେପ ନେଉଛନ୍ତି। ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି। ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜ୍ୟିକ ଦୃଷ୍ଟିରୁ ଗୁରୁତ୍ବପୂର୍ଣ୍ଣ ସ୍ଥାନଗୁଡ଼ିକର ସୁରକ୍ଷା ଜରୁରୀ ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନୂଆ ବାଟାଲିୟନ ଗଠନକୁ ମଞ୍ଜୁରୀ ଦେଇଛନ୍ତି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories