www.samajalive.in
Friday, December 5, 2025
27.1 C
Bhubaneswar

୨୨ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସାଉଦି ଆରବ ଗସ୍ତ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୨ରେ ସାଉଦି ଆରବ ଗସ୍ତରେ ଯିବେ ବୋଲି ତାଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି। ସାଉଦି ଯୁବରାଜ ମହମ୍ମଦ ବିନ୍‌ ସଲମାନଙ୍କ ଆମନ୍ତ୍ରଣ କ୍ରମେ ମୋଦୀ ସେଠାକୁ ଯାଉଛନ୍ତି। ଦୁଇ ଦିନିଆ ଗସ୍ତ କାଳରେ ମୋଦୀ ଓ ସଲମାନଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗ ନେଇ ଦ୍ବିପାକ୍ଷିକ ଆଲୋଚନା କରାଯିବ। ଅନ୍ୟ ରାଷ୍ଟ୍ର ତୁଳନାରେ ସାଉଦି ଆରବରେ ସବୁଠାରୁ ଅଧିକ ଭାରତୀୟ କାର୍ଯ୍ୟରତ ଅଛନ୍ତି। ଏହାବ୍ୟତୀତ ଇସଲାମିକ ରାଷ୍ଟ୍ରଙ୍କ ମଧ୍ୟରେ ସାଉଦି ଆରବ ଯଥେଷ୍ଟ ପ୍ରଭାବଶାଳୀ ହୋଇଥିବାରୁ ଭାରତ ଏଥିରୁ ଫାଇଦା ଉଠାଇବାକୁ ଚାହୁଁଛି। ବିଗତ ଏକ ଦଶନ୍ଧି ମଧ୍ୟରେ ଭାରତ ଓ ସାଉଦି ଆରବ ମଧ୍ୟରେ ବାଣିଜ୍ୟିକ, ରାଜନୈତିକ, ସାମାଜିକ, ସାଂସ୍କୃତିକ ସମ୍ପର୍କ ଅଧିକ ମଜଭୁତ ହୋଇପାରିଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories