www.samajalive.in
Sunday, December 7, 2025
16.1 C
Bhubaneswar

ହାସିନାଙ୍କ ବିରୋଧରେ ରେଡ୍ କର୍ଣ୍ଣର ନୋଟିସ ଜାରି ପାଇଁ ଇଣ୍ଟରପୋଲକୁ ବାଂଲାଦେଶର ଆବେଦନ

ସମାଜ ଡିଜିଟାଲ ଡେସ୍କ: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ସେଖ୍‌ ହାସିନାଙ୍କ ବିରୋଧରେ ରେଡ୍‌ କର୍ଣ୍ଣର ନୋଟିସ ଜାରି କରିବା ଲାଗି ବାଂଲାଦେଶ ପୁଲିସ ଇଣ୍ଟରପୋଲକୁ ଆବେଦନ କରିଛି। ହାସିନାଙ୍କ ସମେତ ୧୧ ଜଣଙ୍କ ବିରୋଧରେ ନୋଟିସ ଜାରି ପାଇଁ ଆବେଦନ କରାଯାଇଛି। ଏମାନେ ସମସ୍ତେ ମହମ୍ମଦ ୟୁନୁସଙ୍କ ନେତୃତ୍ଵାଧୀନ ଅନ୍ତରୀଣ ସରକାର ଭାଙ୍ଗିବାକୁ ଷଡ଼ଯନ୍ତ୍ର କରୁଥିବା ନେଇ ଅଭିଯୋଗ କରାଯାଇଛି।

ନିକଟରେ ବାଂଲାଦେଶ ପୁଲିସ ପକ୍ଷରୁ ହାସିନା ଏବଂ ଅନ୍ୟ ୭୨ ଜଣଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଥିଲା। ଏମାନେ ଦେଶରେ ଗୃହଯୁଦ୍ଧ ଯୋଜନା କରୁଥିବା ଏବଂ ଅନ୍ତରୀଣ ସରକାରରେ ଅସ୍ଥିରତା ସୃଷ୍ଟି କରିବାକୁ ଉଦ୍ୟମ କରୁଥିବା ଦର୍ଶାଇ ଏହି ମାମଲା ରୁଜୁ ହୋଇଥିଲା। ହାସିନାଙ୍କ ବିରୋଧରେ ୧୦୦ରୁ ଅଧିକ ମାମଲା ରୁଜୁ ହୋଇଛି। ଗଣହତ୍ୟା ଏବଂ ଦୁର୍ନୀତି ଭଳି ମାମଲା ତାଙ୍କ ନାମରେ ରହିଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories