www.samajalive.in
Sunday, December 7, 2025
13.1 C
Bhubaneswar

ନାବାଳିକାକୁ ବଳାତ୍କାର ପରେ ଫିଙ୍ଗିଦେଲେ !

ଅନୁଗୋଳ : ହିନ୍ଦୋଳ ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ବଳାତ୍କାର ହୋଇଥିବା ସନ୍ଦେହ ପ୍ରକାଶ ପାଇଛି। ଦୁର୍ବୃତ୍ତମାନେ ନାବାଳିକାକୁ ବଳାତ୍କାର କରିବା ପରେ ଗାଁଠାରୁ କିଛି ଦୂରରେ ବରଡାପତ୍ର ଘୋଡାଇ ସଂଜ୍ଞାହୀନ ଅବସ୍ଥାରେ ଛାଡି ଦେଇଥିଲେ। ପରିବାର ଲୋକେ ଉଦ୍ଧାର କରି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ପୁଲିସରେ ଏତଲା ହୋଇନଥିଲେ ହେଁ ମୌଖିକ ଖବର ପାଇ ହିନ୍ଦୋଳ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚିଛି। ସୂଚନା ମୁତାବକ ହିନ୍ଦୋଳ ଥାନା ଅନ୍ତର୍ଗତ ସରାସିଙ୍ଗି ଗ୍ରାମରେ ଆଜି ଅପରାହ୍ନରେ ୭ ବର୍ଷ ବୟସର ଜଣେ ନାବାଳିକା ଖେଳୁଥିଲେ। ସେହି ସମୟରେ ନିକଟରେ ବେଆଇନ ମଦ ବିକ୍ରି ହେଉଥିବା ଏକ ଘରକୁ କିଛି ବାହାର ଅଞ୍ଚଳର ଲୋକ ଆସିଥିଲେ। ପିଲାଟିକୁ କିଛି ସମୟ ପରେ ପରିବାର ଲୋକ ନପାଇ ଖୋଜାଖୋଜିି କରିଥିଲେ। ଶେଷରେ ଗାଁ ପାଖ ଏକ ଗଛ ମୂଳରେ ପିଲାଟିକୁ ତାଳବରଡା ପତ୍ର ଘୋଡା ଅବସ୍ଥା​‌ରେ ଠାବ କରିଥିଲେ ବୋଲି ତାଙ୍କ ଜେଜେମା’ ଗଣମାଧ୍ୟମକୁ କହିଛନ୍ତି। ସେହି ବାହାର ଅଞ୍ଚଳର କେହି ଦୁର୍ବୃତ୍ତ ପିଲାଟିର ଏଭଳି ଅବସ୍ଥା କରିଥାଇପାରନ୍ତି ବୋଲି ଜେଜେମା ସନ୍ଦେହ କରିଛନ୍ତି। ରକ୍ତାକ୍ତ ଅବସ୍ଥାରେ ପରିବାର ଲୋକେ ପିଲାଟିକୁ ପ୍ରଥମେ ହିନ୍ଦୋଳ ଓ ପରେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories