www.samajalive.in
Monday, December 15, 2025
27.1 C
Bhubaneswar

ପୋଖରୀରେ ବୁଡି ଜଣେ ମୃତ

ପିପିଲି :ପିପିଲି ଥାନା ଅନ୍ତର୍ଗତ ମାଳିକପାଳି ଗ୍ରାମର ଅକ୍ଷୟ ବେହେରା ନାମକ ୪୨ ବର୍ଷୀୟ ବ୍ୟକ୍ତି ପାଣିରେ ବୁଡି ମୃତ୍ୟୁବରଣ କରିଥିବା ସୂଚନା ମିଳିଛି। ସେ ସରଣପଞ୍ଜର ସ୍ଥିତ ନୂଆପୋଖରୀରେ ରବିବାର ଦ୍ୱିପହର ସମୟରେ ଗାଧୋଉଥିବା ବେଳେ ଗୋଡ ଖସିଯିବାରୁ ପାଣିରେ ବୁଡି ଯାଇଥିଲେ। ପରିବାର ଲୋକେ ତାଙ୍କୁ ସେଠାରୁ ଉଦ୍ଧାର କରି ମଙ୍ଗଳପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

ଏନେଇ ପିପିଲି ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ଥାନାଧିକାରୀଙ୍କ ଅନୁପସ୍ଥିତରେ ଦାୟିତ୍ୱରେ ଥିବା ଅଧିକାରୀ ତଥା ଏସ୍‌‌ଆଇ ଭାସ୍କର ମାଣିଆଙ୍କ ନିର୍ଦ୍ଦେଶରେ ତଦନ୍ତକାରୀ ଅଧିକାରୀ ଏଏସ୍‌‌ଆଇ ମଞ୍ଜୁ ଦେଇ ଡାକ୍ତରଖାନାରେ ପହଞ୍ôଚ ମୃତଦେହର ପଞ୍ଚାନାମା କରିବା ସହ ବ୍ୟବଚ୍ଛେଦ ପାଇଁ ପୁରୀ ପଠାଇ ଘଟଣାର ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି।

Hot this week

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

Related Articles

Popular Categories