www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ମହାପ୍ରଭୁଙ୍କ ପଇତା ଲାଗି ନୀତି: ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ : ଆଜି ବୈଶାଖ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତ ନୀତି ମଧ୍ୟରେ ପଇତା ଲାଗି ଅନ୍ୟତମ । ଶ୍ରୀବିଗ୍ରହଙ୍କ ଏହି ଗୁପ୍ତନୀତି ଦ୍ୱାରା ଶ୍ରୀବିଗ୍ରହମାନଙ୍କ ଶ୍ରୀଅଙ୍ଗର ସୁରକ୍ଷା ଦିଆଯାଇଥାଏ। ଶ୍ରୀବିଗ୍ରହମାନଙ୍କ ଠାରେ ଦୈନନ୍ଦିନ ଲାଗି ହେଉଥିବା ଚନ୍ଦନରୁ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ନିମନ୍ତେ ଏହି ପଇତାଲାଗି କରାଯାଇଥାଏ। ମହାପ୍ରଭୁଙ୍କ ଏହା ଗୁପ୍ତନୀତି ହୋଇଥିବାରୁ ନୀତି ସମୟରେ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ସ୍ୱତ୍ତ୍ୱଲିପି ଅନୁଯାୟୀ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗମଣ୍ଡପ ନୀତି ଶେଷ ହେବା ପରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଆରମ୍ଭ ହେବ। ଦଇତାପତିମାନେ ଏହି ନୀତି କରିବେ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜିତେନ୍ଦ୍ର ମହାନ୍ତି ସୂଚନା ଦେଇଛନ୍ତି।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories