www.samajalive.in
Sunday, December 14, 2025
26.1 C
Bhubaneswar

ପୂର୍ବତନ ଡିଜିପିଙ୍କୁ ହତ୍ୟା ଘଟଣା: ସ୍ତ୍ରୀ ଓ ଝିଅ ଅଟକ

ସମାଜ ଡିଜିଟାଲ ଡେସ୍କ: କର୍ଣ୍ଣାଟକର ପୂର୍ବତନ ଡିଜିପି ଓମ ପ୍ରକାଶଙ୍କ ହତ୍ୟା ଘଟଣାରେ ପୁଲିସ ତାଙ୍କ ପତ୍ନୀ ପଲ୍ଲବୀ ଏବଂ ଝିଅ କ୍ରିତିଙ୍କୁ ଅଟକ ରଖିଛି। ପଲ୍ଲବୀ ହିଁ ତାଙ୍କ ସ୍ଵାମୀଙ୍କୁ ହତ୍ୟା କରିଥିବା ସ୍ଵୀକାର କରିଛନ୍ତି। ଏପରି କି ହତ୍ୟା ପରେ ସେ ତାଙ୍କର ଜଣେ ବନ୍ଧୁଙ୍କୁ ଫୋନ କରି ‘ମୁଁ ଗୋଟିଏ ରାକ୍ଷସକୁ ମାରିଦେଇଛି’ ବୋଲି କହିଥିଲେ।

ପଲ୍ଲବୀ ଏବଂ ତାଙ୍କ ସ୍ଵାମୀଙ୍କ ମଧ୍ୟରେ ଝଗଡ଼ା ଉଗ୍ର ରୂପ ନେବାରୁ ପଲ୍ଲବୀ ପ୍ରଥମେ ଓମ ପ୍ରକାଶଙ୍କ ଆଖିକୁ ଲଙ୍କାଗୁଣ୍ଡ ଫିଙ୍ଗିଥିଲେ। ଏହା ପରେ ଏକ ଛୁରିରେ ତାଙ୍କୁ ଆକ୍ରମଣ କରିଥିଲେ। ଯାହାଫଳରେ ଓମ ପ୍ରକାଶଙ୍କ ମୃତ୍ୟୁ ଘଟିଥିଲା।

- Advertisement -

ପୁଲିସ ସୂଚନା ଅନୁସାରେ, ପରିବାର ଭିତରେ ସମ୍ପତ୍ତିକୁ ନେଇ ଦୀର୍ଘ ଦିନ ଧରି ବିବାଦ ଲାଗି ରହିଥିଲା। ଓମପ୍ରକାଶ ଏବଂ ତାଙ୍କ ପତ୍ନୀଙ୍କ ମଧ୍ୟରେ ସମ୍ପର୍କ ଭଲ ନ ଥିଲା। ପଲ୍ଲବୀ ଏ ନେଇ ଏଚଏସଆର ଲେଆଉଟ ଥାନାରେ ଅଭିଯୋଗ କରିଥିଲେ। ପୁଲିସ ଅଭିଯୋଗ ନ ଶୁଣିବାରୁ ସେ ଥାନା ଆଗରେ ଧାରଣା ବି ଦେଇଥିଲେ। ପଲ୍ଲବୀ ସିଜୋଫ୍ରେନିଆ ରୋଗରେ ପୀଡ଼ିତ ଥାଇ ଚିକିତ୍ସାଧୀନ ଅଛନ୍ତି ମଧ୍ୟ। ଏସବୁ କାରଣରୁ ପଲ୍ଲବୀ ତାଙ୍କ ସ୍ଵାମୀଙ୍କୁ ହତ୍ୟା କରିଥାଇ ପାରନ୍ତି ବୋଲି ପୁଲିସ ଅନୁମାନ କରୁଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories