www.samajalive.in
Sunday, December 7, 2025
26.1 C
Bhubaneswar

‘ସମାଜ ରିଲିଫ କମିଟି’ ପକ୍ଷରୁ ଦୁର୍ଗତଙ୍କୁ ଆର୍ଥିକ ସହାୟତା

ବିଶୋଇ : ସମାଜ ରିଲିଫ କମିଟି ପକ୍ଷରୁ ସୋମବାର ମୟୂରଭଞ୍ଜ ଜିଲା, ବିଶୋଇ ବ୍ଲକର କୁଆ ପଥର ମାଡରେ କ୍ଷତିଗ୍ରସ୍ତ ୫ ଗରିବ ପରିବାରଙ୍କୁ ସହାୟତା ଭାବରେ ୨୫ ହଜାର ଟଙ୍କା ପ୍ରଦାନ କରାଯାଇଛି। ରିଲିଫ କମିଟିର ଅଧ୍ୟକ୍ଷ ଡ. ପ୍ରଭାସ ଆଚାର୍ଯ୍ୟ ପୁଣ୍ଡିଦା ଗାଁର କନ୍ଦା ମାଝୀ, କାଦପାଣିର ଗେଡେ ନାଏକ, ମୂଷାମାରିର ଲକ୍ଷ୍ମୀକାନ୍ତ ପାତ୍ର,ସାଧୁମଣି ବିନ୍ଧାଣି ତଥା ପାଳସିଡିହିର ଟୁନି ନାଏକ ପ୍ରମୁଖଙ୍କୁ ବ୍ୟକ୍ତିଗତ ଭାବେ ଭେଟିବା ସହ ସେମାନଙ୍କ ଅବସ୍ଥା ପଚାରି ବୁଝିଥିଲେ ଏବଂ ସହାୟତା ରାଶି ପ୍ରଦାନ କରିଥିଲେ। ଉଲ୍ଲେଖଯୋଗ୍ୟ ଯେ ଝାଡଖଣ୍ଡର ପୂର୍ବତନ ମନ୍ତ୍ରୀ ଡ. ଦିନେଶ ଷଡଙ୍ଗୀ କୁଆ ପଥର କ୍ଷତିଗ୍ରସ୍ତ ଲୋକଙ୍କ ସହାୟତା ନିମନ୍ତେ ଅର୍ଥ ପ୍ରଦାନ କରିଥିଲେ।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories