www.samajalive.in
Monday, December 8, 2025
14.1 C
Bhubaneswar

୨ ପୁଲିସଙ୍କ ମୃତ୍ୟୁ : ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୁବନେଶ୍ୱର: କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ସିଆରଆରଆଇ ଥାନା ପିସିଆର ପାଟ୍ରୋଲିଂ କରୁଥିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ପିସିଆରକୁ ଏକ ଟ୍ରକ ଚାପିଦେବା ଫଳରେ ଘଟଣାସ୍ଥଳରେ ୨ଜଣ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ୨ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ଏହାସହିତ ମୃତକଙ୍କ ପରିବାରକୁ ୧୦ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ସଡ଼କ ଦୁର୍ଘଟଣାରେ କର୍ତ୍ତବ୍ୟରତ ୨ଜଣ ପୋଲିସ୍ କର୍ମଚାରୀ (ଜଣେ ଓଏପିଏଫ୍‌ କନ୍‌ଷ୍ଟେବଲ୍ଏବଂ ଜଣେ ହୋମ୍‌ ଗାର୍ଡ)ଙ୍କ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ଉଭୟ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ₹୧୦ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

- Advertisement -

ଆଜି ସକାଳୁ ସିଆରଆରଆଇ ଥାନା ପିସିଆର ପାଟ୍ରୋଲିଂବେଳେ କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ପୁଲିସ ପିସିଆରକୁ ଏକ ଟ୍ରକ ଚାପିଦେଇଥିଲା। ଫଳରେ ଘଟଣାସ୍ଥଳରେ ଜଣେ ଓଏପିଏଫ୍‌‌ ଯବାନଙ୍କ ସହ ହୋମଗାର୍ଡଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ ଗୁରୁତର ଜଣେ ପୁଲିସ କର୍ମଚାରୀଙ୍କୁ ଏସସିବି ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଟ୍ରକ ଡ୍ରାଇଭରକୁ ଅଟକ ରଖି ପୁଲିସ ଛାନଭିନ୍‌‌ ଚଳାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories