www.samajalive.in
Saturday, December 6, 2025
15.1 C
Bhubaneswar

ସର୍ବ ସମ୍ମତିକ୍ରମେ ଲୋକାୟୁକ୍ତ ଅଧ୍ୟକ୍ଷଙ୍କ ନାମ ଚୂଡାନ୍ତ

ଭୁବନେଶ୍ୱର ..- ସର୍ବ ସମ୍ମତି କ୍ରମେ ଓଡ଼ିଶା ଲୋକାୟୁକ୍ତ ଅଧ୍ୟକ୍ଷଙ୍କ ନାମ ଚୂଡାନ୍ତ କରାଯାଇଥିବା ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା ।

ଏହି ବୈଠକରେ ବିରୋଧୀ ଦଳ ନେତା ନରସିଂହ ମିଶ୍ର , ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ କେଏସ୍‌ ଜାଭେରୀ, ବିଧାନସଭା ବାଚସ୍ପତି  ପ୍ରଦୀପ ଆମାତ ଓ  ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅନଙ୍ଗ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ । ବୈଠକରେ ଚୟନ କରାଯାଇଥିବା ନାମକୁ ରାଜ୍ୟପାଳଙ୍କ ନିକଟକୁ ପଠାଯିବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି । ରାଜ୍ୟପାଳଙ୍କ ଅନୁମୋଦନ ମିଳିବା ପରେ ନାମକୁ ପ୍ରକାଶ କରାଯିବ ଓ ଏଥିପାଇଁ ଆଉଏକ ବୈଠକ ବସିବ ବୋଲି ସେ କହିଛନ୍ତି ।

- Advertisement -

୨୦୧୪ ମସିହାରେ ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଲୋକାୟୁକ୍ତ ବିଲ୍‌ ପାରିତ କରିଥିଲା । ମାତ୍ର ଦୀର୍ଘ ୫ ବର୍ଷ ଧରି ଲୋକାୟୁକ୍ତଙ୍କୁ ନିଯୁକ୍ତି ଦିଆଯାଇ ନଥିବାରୁ ସୁପ୍ରିମକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା । ଏ ସମ୍ପର୍କରେ ଖୁବ ଶୀଘ୍ର ପଦକ୍ଷେପ ଗ୍ରହଣ କରିବା ପାଇଁ ସୁପ୍ରିମକୋର୍ଟ ନିର୍ଦେଶ ଦେଇଥିଲେ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories