www.samajalive.in
Sunday, December 14, 2025
14.1 C
Bhubaneswar

ବୁଧବାର ରାଶିଫଳ

ମେଷ: କିଛି ସମୟ ପାଇଁ ମାନସିକ ଭାରସାମ୍ୟ ହରାଇ ପାରନ୍ତି। କାର୍ଯ୍ୟ ହାନି ଘଟିବାର ସମ୍ଭାବନା ଅଛି। ବିଭିନ୍ନ ଦିଗରୁ ଧନାଗମ ହୋଇପାରେ। ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ହେବେ। ବହୁ ପରିମାଣରେ ଖର୍ଚ୍ଚାନ୍ତ ହୋଇପାରନ୍ତି।
ବୃଷ: ଆଶା ଫଳବତୀ ହେବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଐଶ୍ବର୍ଯ୍ୟଯୁକ୍ତ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଚିନ୍ତାଧାରା ଉନ୍ନତମାନର ହେବ।
ମିଥୁନ: କର୍ମକ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସୁସ୍ଥ ଓ ନିରାମୟ ରହିବେ। ଖର୍ଚ୍ଚର ପରିମାଣ ବୃଦ୍ଧି ପାଇବ। ପଥରୋଧର ସମ୍ମୁଖୀନ ହୋଇପାରନ୍ତି। ମଧୁରଭାଷୀ ହେବେ। ଚଞ୍ଚଳ ସ୍ବଭାବର ହେବେ। ଥଣ୍ଡା ଓ କଫ ଜନିତ ପୀଡ଼ା ଭୋଗିବେ।
କର୍କଟ: ବିପଦ ଦୂରେଇ ଯିବ। ଆୟ ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତ ହେବେ।
ସିଂହ: ଆପଣଙ୍କ ଉପରେ ଆସୁଥିବା ବିରୋଧୀ ଭାବ ପ୍ରଶମିତ ହେବ। କାର୍ଯ୍ୟରେ ସଫଳତା ଲାଭ କରିପାରନ୍ତି। ପରିବାରର ଉପଯୁକ୍ତ ଦାୟଦ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ହେବେ। ବ୍ୟବସାୟ ଭଲରେ ଚାଲିବ।
କନ୍ୟା: ସତ୍‌ସଙ୍ଗୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ତୁଳା: ସ୍ବାସ୍ଥ୍ୟ ପାଇଁ ଚିନ୍ତିତ ହୋଇପାରନ୍ତି। ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି। ଈର୍ଷା ପରାୟଣ ହେବେ। ସ୍ବାଭିମାନୀ ହୋଇପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ।
ବିଛା: ଭାବିଚିନ୍ତି କାର୍ଯ୍ୟ କରିବା ବାଞ୍ଛନୀୟ ହେବ। ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡ଼ିବ। ବ୍ୟବସାୟରେ ଲାଭଜନକ ହେବ। ମନରେ ସେବା ଭାବ ଜାଗ୍ରତ ହୋଇପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ସ୍ତ୍ରୀଙ୍କ ଅଧୀନ ହେବେ।
ଧନୁ: ଦୃଢ଼ ମନୋଭାବ ଗ୍ରହଣ କରିପାରନ୍ତି। ମନରେ ଗର୍ବଭାବ ଉଦ୍ରେକ ହୋଇପାରେ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିପାରନ୍ତି। ବଳବାନ୍‌ ହେବେ। ଶତ୍ରୁ ଦମନକାରୀ ହୋଇପାରନ୍ତି। ଚାକିରିରେ ସୁନାମ ଅର୍ଜନ କରିବେ।
ମକର: ଆନନ୍ଦ ଉତ୍ସବ ଲାଗି ରହିବ। ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ହଠାତ୍ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବର ପରିଚୟ ଦେବେ।
କୁମ୍ଭ: କର୍ମକ୍ଷେତ୍ର ଉଳମୟ ହେବ। ବାଦ-ବିବାଦର ଅବସାନ ଘଟିବ। ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବର ଅଧିକାରୀ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କ୍ଷେତ୍ରରୁ ଲାଭବାନ୍‌ ହେବେ।
ମୀନ: ଆପଣଙ୍କ କଥା ମା’ଙ୍କ ମନରେ ଆଘାତ ପ୍ରାପ୍ତ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମିଷ୍ଟଭାଷୀ ହୋଇପାରନ୍ତି। ଥଣ୍ଡା-କଫ ଜନିତ ପୀଡ଼ା ଅନୁଭବ କରିବେ। ପ୍ରେମୀ ଓ ସାହସୀ ହେବେ। ବିବାଦରେ ବିଜୟୀ ହେବେ।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories