www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ପୁରୁଣା ସାଙ୍ଗଙ୍କ ସହ ଭେଟ ହେବ, ମନ ପ୍ରସନ୍ନ ରହିବ: ବୁଧବାର ରାଶିଫଳ

ମେଷ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସେବା କାର୍ଯ୍ୟ ପାଇଁ ସମ୍ମାନିତ ହେବେ।
ବୃଷ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନର ଆଶାୟୀ ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ ଓ ଧାର୍ମିକ ହେବେ।
ମିଥୁନ: ଉଦାର ପ୍ରକୃତିର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ଆଜି ଜଳଯାତ୍ରାରେ ବିପଦ ରହିଛି, ନକରିବା ଭଲ।
କର୍କଟ:   ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମାର୍ଜିତ ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।
ସିଂହ: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ଲାଭ କରିବେ।
କନ୍ୟା: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ। ଧନସମ୍ପଦ ଭରପୂର ରହିବ। ଭୋଜନ ରୁଚିପୂର୍ଣ୍ଣ ହେବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ। ସୁସ୍ଥ ଜୀବନ ବିତାଇବେ।
ତୁଳା: ଥଣ୍ଡାକଫଜନିତ ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଏକାନ୍ତ ତପଃ ସାଧନା ଫଳବତୀ ହେବ। କର୍ମଚଞ୍ଚଳ ରହିବେ। ରାଜଯୋଗ ଭୋଗ ହେଉଥିବାରୁ ଉଚ୍ଚାସନରେ ଆସୀନ ହୋଇପାରନ୍ତି।
ବିଛା: କର୍ମଚଞ୍ଚଳ ରହିବେ। ଆୟୁଷ୍ମାନ୍‌ ହେବେ। ଲୋକସମ୍ପର୍କ ସ୍ନେହ ଓ ପ୍ରେମପୂର୍ଣ୍ଣ ହେବ। ଯଶସ୍ବୀ ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
ଧନୁ: କୁଳ ଉଜ୍ଜ୍ବଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଅକ୍ଷୟ ଯଶର ଅଧିକାରୀ ହେବେ। ପରିବାର ପ୍ରତି ସ୍ନେହଭାବ ରହିବ।
ମକର: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କୁମ୍ଭ: ମାନସିକ ଓ ଶାରୀରିକ ସ୍ତରରେ ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ମାନସିକ ସଂଘାତ ଅନୁଭବ କରିପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରି ପ୍ରଶଂସାର ପାତ୍ର ହେବେ। ସୁସ୍ଥ ଓ ନିରାମୟ ରହିବେ।
ମୀନ: ନୀତିନିଷ୍ଠ ଭାବେ ନ୍ୟସ୍ତ ଦାୟିତ୍ବ ସୁଚାରୁରୂପେ ତୁଲାଇବେ। ବିପଦଗ୍ରସ୍ତ ଲୋକଙ୍କ ସାହାଯ୍ୟକାରୀ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଦୈନନ୍ଦିନ ରୋଜଗାର ଭିତରେ ସେବା ମନୋବୃତ୍ତି ରହିବ।

Hot this week

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

Related Articles

Popular Categories