www.samajalive.in
Thursday, December 11, 2025
14.1 C
Bhubaneswar

ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ

ଭୁବନେଶ୍ବର : ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲାର ବାଲିଆପାଳ, ସୁନ୍ଦରଗଡ ଜିଲାର ଲେଫ୍ରିପଡା, ସମ୍ବଲପୁର ଜିଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି। ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ ସରକାର ଏହି କୋର୍ଟ ଗୁଡିକ ଗଠନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି।
ଏହି ତିନୋଟି କୋର୍ଟ ଗଠନ ହେବା ପରେ ଏହି ସବୁ ରାଜସ୍ୱ ତହସିଲ ଉପରେ କ୍ଷେତ୍ରାଧିକାର  ଥିବା ଅନ୍ୟ ସମସ୍ତ ଜୁନିୟର ଡିଭିଜନ୍‌ ସିଭିଲ୍‌ ଜଜ୍‌ କୋର୍ଟ ଗୁଡିକର ଅଧିକାର ସମାପ୍ତ ହେଲା ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

୪ ଦଶନ୍ଧି ପରେ ବଡ଼ ଗୋପାଳଜୀଉ ମନ୍ଦିର ଫେରିବ ବିଗ୍ରହ

ଭୁବନେଶ୍ବର : ୧୯୮୩ରେ ଘଟିଥିବା ଏକ ଅଷ୍ଟଧାତୁ ମୂର୍ତ୍ତି ଚୋରି ମାମଲାରେ...

ନୂତନ କର୍ମକର୍ତ୍ତାଙ୍କ ସହ ବିଜେପିର ବୈଠକ

ଭୁବନେଶ୍ବର : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ସୁଫଳ...

କ୍ଷମା ମାଗିଲେ ଇଣ୍ଡିଗୋର ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା, କହିଲେ..

ନୂଆଦିଲ୍ଲୀ : ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା...

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

Related Articles

Popular Categories