www.samajalive.in
Saturday, December 6, 2025
19.1 C
Bhubaneswar

ବଦଳିଲା ତତଲା ପାଗ : ପହିଲା ପର୍ଯ୍ୟନ୍ତ ବର୍ଷା

ଭୁବନେଶ୍ବର : କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ଏବଂ ପବନ ବହିବା ଦ୍ବାରା ଦିନ ତାପମାତ୍ରା ୪୦ଡିଗ୍ରୀ ତଳକୁ ଖସି ଆସିଛି। ତତଲା ପାଗରେ ପରିବର୍ତ୍ତନ ଆସିଛି। ବିଶେଷ କରି ପଶ୍ଚିମ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୦ଡିଗ୍ରୀ ଉପରେ ରହୁଥିବା ବେଳେ ଆଜି ତାହା ୩୪ରୁ ୩୬ ଡିଗ୍ରୀକୁ ହ୍ରାସ ପାଇଛି। ଅପରପକ୍ଷରେ ପଶ୍ଚିମାଝଡ଼ ଏବଂ ନିମ୍ନଚାପରେଖା ସକ୍ରିୟ ରହିଥିବାରୁ ମେ ୧ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ଏବଂ କିଛି ସ୍ଥାନରେ ଘଣ୍ଟାପ୍ରତି ୫୦ରୁ ୬୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ଫଳସ୍ବରୂପ ପାଗରେ ପରିବର୍ତ୍ତନ ଆସିବା ସହ ତାତିରୁ ଆହୁରି ଆଶ୍ବସ୍ତି ମିଳିବାର ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା, ଉପକୂଳ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଏବଂ ସମ୍ବଲପୁର ଜିଲାରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଘଣ୍ଟାପ୍ରତି ୫୦ରୁ ୬୦କି.ମି. ବେଗରେ ପବନ ବହିପାରେ। କିଛି ଅଞ୍ଚଳରେ କୁଆପଥର ମାଡ଼ ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଉପରୋକ୍ତ ଜିଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉପରୋକ୍ତ ଜିଲାଗୁଡ଼ିକ ମଧ୍ୟରୁ କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। କେତେକ ସ୍ଥାନରେ ଘଣ୍ଟାପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ସର୍ବାଧିକ ତାପମାତ୍ରା ୩ରୁ ୫ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ସୂଚନା ଯେ, ରବିବାର ଝାରସୁଗୁଡ଼ାରେ ପାରଦ ୩୫ ଡିଗ୍ରୀକୁ ଖସି ଆସିଥିବା ବେଳେ ବୌଦ୍ଧରେ ୩୨.୮, ବଲାଙ୍ଗିର ୩୫.୫, ଟିଟିଲାଗଡ଼ ୩୪.୫, ସମ୍ବଲପୁର ୩୪.୪ ଏବଂ ହୀରାକୁଦରେ ୩୨.୭ଡିଗ୍ରୀକୁ ହ୍ରାସ ପାଇଛି। କିନ୍ତୁ ଭୁବନେଶ୍ବରରେ ଦିନ ତାପମାତ୍ରା ସାମାନ୍ୟ ବଢ଼ି ୩୮.୧ ଡିଗ୍ରୀରେ ପହଞ୍ଚିଛି। ସେହିପରି କଟକ ୩୫.୪, ବାଲେଶ୍ବର ୩୨.୪, ରାଉରକେଲା ୩୧.୨, ଦେବଗଡ଼ ୩୨.୬ ଏବଂ ଦାରିଙ୍ଗବାଡ଼ିରେ ପାରଦ ୨୯.୫ ଡିଗ୍ରୀ ରହିଥିବା ରେକର୍ଡ଼ କରାଯାଇଛି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories