www.samajalive.in
Monday, December 15, 2025
27.1 C
Bhubaneswar

ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ବିଇଓ କାର୍ଯ୍ୟାଳୟ ଘେରାଉ କଲେ ଗ୍ରାମବାସୀ

ପିପିଲି: ଶିକ୍ଷୟିତ୍ରୀଙ୍କର ବଦଳି ବାତିଲ ଦାବିରେ ସହଜପୁର ପଞ୍ଚାୟତ ଅନ୍ତର୍ଗତ ରାଏଗୁରପୁର ଗ୍ରାମବାସୀ ସୋମବାର ପିପିଲି ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟକୁ ୨ ଘଣ୍ଟାକାଳ ଘେରାଉ କରିଥିଲେ। ରାଏଗୁରପୁର ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ପର୍ଯ୍ୟନ୍ତ ୫ଟି ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ପାଠ ପଢାଇବା ପାଇଁ ୩ଜଣ ଶିକ୍ଷକ/ଶିକ୍ଷୟିତ୍ରୀ ନିଯୁକ୍ତ ହୋଇଥିଲେ। ଇତିମଧ୍ୟରେ ସେଠାରୁ ଜଣେ ଶିକ୍ଷୟିତ୍ରୀଙ୍କୁ ଅନ୍ୟତ୍ର ବଦଳି କରାଯାଇଥିବା ବେଳେ ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଉକ୍ତ ଶିକ୍ଷୟିତ୍ରୀଙ୍କ ବଦଳିକୁ ତୁରନ୍ତ ବାତିଲ କରିବା ଦାବିରେ ସୋମବାର କେତେକ ଗ୍ରାମବାସୀ ପିପିଲି ବ୍ଲକଛକସ୍ଥିତ ବିଇଓଙ୍କ କାର୍ଯ୍ୟାଳୟକୁ ଘେରାଉ କରିଥିଲେ। ଶିକ୍ଷୟିତ୍ରୀଙ୍କ ବଦଳି ଫଳରେ ୨ଜଣ ଶିକ୍ଷକ କିଭଳି ୫ଟି ଶ୍ରେଣୀରେ ପାଠ ପଢାଇବେ ବୋଲି ଗ୍ରାମବାସୀମାନେ ବ୍ଲକ ଶିକ୍ଷାଧିକାରୀଙ୍କୁ ପ୍ରଶ୍ନ କରିଥିଲେ। ପିପିଲି ବ୍ଲକ ଶିକ୍ଷାଧିକାରୀ ରବିନ୍ଦ୍ରନାଥ ନନ୍ଦ ଗ୍ରାମବାସୀଙ୍କ ସହ ଆଲୋଚନା କରି ସେମାନଙ୍କଠାରୁ ଦାବିପତ୍ର ଗ୍ରହଣ କରିବା ପରେ ଆନ୍ଦୋଳନ ହଟିଥିଲା।

Hot this week

ଭୁବନେଶ୍ୱରରେ ହେବ ଭିଜା ସେଣ୍ଟର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିଜା ଆପ୍ଲିକେସନ ସେଣ୍ଟର’...

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

Related Articles

Popular Categories