www.samajalive.in
Monday, December 8, 2025
24.1 C
Bhubaneswar

ମେ’ ୨ଯାଏଁ କାଳବୈଶାଖୀ ବର୍ଷା; ଆଜି ଏହି ଜିଲାରେ ବର୍ଷିବ

ଭୁବନେଶ୍ୱର : ପ୍ରବଳ ଖରା ଓ ଗରମରୁ ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ଆସନ୍ତା ମେ’ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । କେତେକ ସ୍ଥାନରେ ବଜ୍ରପାତ ସହ କୁଆପଥର ବର୍ଷା ମଧ୍ୟ ହେବ। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାରେ ତାପମାତ୍ରା ପ୍ରାୟ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି। ଏହାସହ ମଙ୍ଗଳବାର ୫ ଜିଲା ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ବିଜୁଳି, ଘଡଘଡି ସହ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଅନୁଗୁଳ ଓ ଢେଙ୍କାନାଳକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା, ପବନ ସମୟରେ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଜାରି କରାଯାଇଛି।
ଗତକାଲି ରାଜ୍ୟର କେତେକ ସ୍ଥାନ ସହ ରାଜଧାନୀ ଭୁବନେଶ୍ୱରରେ ତାଣ୍ଡବ ରଚି ଥିଲା କାଳବୈଶାଖୀ ବର୍ଷା। ପ୍ରବଳ ପବନ, ବ୍ରଜପାତ ସାଙ୍ଗକୁ ଖୁବ୍‌ ଜୋର୍‌ରେ ବର୍ଷା ପବନ ହୋଇଥିଲା। ଫଳରେ ଅନେକ ସ୍ଥାନରେ ଗଛ, ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ପଡିଥିଲା।

ଶନି କଲେ ନକ୍ଷତ୍ର ପରିବର୍ତ୍ତନ : ଜାଣନ୍ତୁ ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ, କାହାକୁ ମିଳିବ ଚାକିରି, କିଏ ହେବେ ମାଲାମାଲ୍‌..

ଅଡି କାର୍‌ରେ କ୍ଷୀର ବ୍ୟବସାୟ କରନ୍ତି ଏହି ଯୁବକ; ଜାଣନ୍ତୁ କାରଣ, ଦେଖନ୍ତୁ ଭିଡିଓ..

- Advertisement -

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories