www.samajalive.in
Monday, December 8, 2025
13.1 C
Bhubaneswar

ଶିଶୁ ବାଟିକା, ପ୍ରଥମ ଓ ୨ୟ ଶ୍ରେଣୀ ପିଲାଙ୍କୁ ଦିଆଯିବ ‘ଯାଦୁପେଡି’

ଭୁବନେଶ୍ୱର : ଖେଳ, ମନୋରଞ୍ଜନ ମାଧ୍ୟମରେ ପିଲାମାନଙ୍କୁ ଦିଆଯିବ ଶିକ୍ଷା। ଶିଶୁ ବାଟିକା, ପ୍ରଥମ ଓ ୨ୟ ଶ୍ରେଣୀ ପିଲାଙ୍କୁ ଦିଆଯିବ ‘ଯାଦୁପେଡି’। ଏନସିଇଆରଟି ଦ୍ୱାରା ପ୍ରସ୍ତୁତ ଏହି କିଟ୍‌କୁ ୪୫ ହଜାର ସ୍କୁଲରେ ବଣ୍ଟନ ହେବ। ଏନେଇ ରାଜ୍ୟ ସରକାର ୯୦ କୋଟି ଖର୍ଚ୍ଚ କରିବେ। ଲୋକସେବା ଭବନରେ ‘ଯାଦୁପେଡି’ ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ ପାଇଁ ଏହାର ଉପଯୋଗୀତା ବିଷୟରେ ବୁଝିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ ଯାଦୁପେଡି ଭିତରେ ଥିବା ବିଭିନ୍ନ ସାମଗ୍ରୀ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।

- Advertisement -

ମୁଖ୍ୟମନ୍ତ୍ରୀ ଏହି ପେଡି ଭିତରେ ଥିବା ସାମଗ୍ରୀ ଦେଖି ଖୁସି ବ୍ୟକ୍ତ କରି କହିଛନ୍ତି,ଛୋଟ ଛୋଟ ପିଲାମାନେ ନିଜ ପାରିପାର୍ଶ୍ଵିକ ଅଂଚଳରେ ବ୍ୟବହାର୍ଯ୍ୟ ସାମଗ୍ରୀ ଓ ଏହାର ଉପଯୋଗୀତା ବିଷୟରେ ଏହି ଯାଦୁପେଡିରେ ଥିବା ଖେଳନାରୁ ଶିଖି ପାରିବେ। ଶିଶୁ ମାନଙ୍କୁ ଏହି ଯାଦୁପେଡ଼ିର ଖେଳନା ଗୁଡିକ ଶିଖିବା ସହିତ ପାଠ ପ୍ରତି ମଧ୍ୟ ଆକର୍ଷିତ କରିବ।

ସୂଚନାଯୋଗ୍ୟ ଯେ, ନୂତନ ଶିକ୍ଷା ନୀତି ୨୦୨୦ ଅନୁଯାୟୀ ଛୋଟ ଛୋଟ ପିଲାମାନଙ୍କ ପାଇଁ ଏହି ଯାଦୁପେଡିର ପରିକଳ୍ପନା କରାଯାଇଛି। ଏହାକୁ ଏନସିଇଆରଟି ଦ୍ୱାରା ପ୍ରସ୍ତୁତ କରାଯାଇଛି। ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ପାଇଁ ଏହି କିଟ୍ ପ୍ରଦାନ କରାଯିବ। ପ୍ରତ୍ୟେକ କିଟ୍ ପାଇଁ ପ୍ରାୟ ୨୦ ହଜାର ଟଙ୍କା ଖର୍ଚ୍ଚ କରାଯାଇଛି। ରାଜ୍ୟର ୪୫ ହଜାର ସ୍କୁଲରେ ଏହାକୁ ବଣ୍ଟନ କରାଯିବ ଏବଂ ସମୁଦାୟ ୯୦ କୋଟି ଟଙ୍କା ଖର୍ଚ୍ଚ ହେବ।

ଜାଣନ୍ତୁ ଅକ୍ଷୟ ତୃତୀୟାରେ ରାଶି ଅନୁଯାୟୀ କ’ଣ କିଣିଲେ : ବର୍ଷିବ ମା’ଲକ୍ଷ୍ମୀଙ୍କ କୃପା

ଶନି କଲେ ନକ୍ଷତ୍ର ପରିବର୍ତ୍ତନ : ଜାଣନ୍ତୁ ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ, କାହାକୁ ମିଳିବ ଚାକିରି, କିଏ ହେବେ ମାଲାମାଲ୍‌..

ଅଡି କାର୍‌ରେ କ୍ଷୀର ବ୍ୟବସାୟ କରନ୍ତି ଏହି ଯୁବକ; ଜାଣନ୍ତୁ କାରଣ, ଦେଖନ୍ତୁ ଭିଡିଓ..

Hot this week

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

Related Articles

Popular Categories