www.samajalive.in
Saturday, December 6, 2025
26.1 C
Bhubaneswar

୪ ଦିନ ପରେ ବଢ଼ିବ ତାପମାତ୍ରା: ଆଜି ୨୪ ଜିଲାକୁ କାଳବୈଶାଖୀ ସତର୍କତା

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। କିଛି ଅଞ୍ଚଳରେ ଘଣ୍ଟାପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିଛି। ପାରାଦ୍ବୀପ, କେନ୍ଦୁଝର, ଛତ୍ରପୁର, ନବରଙ୍ଗପୁର, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା ଜିଲାର କେତେକ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ହୋଇଛି। ମଙ୍ଗଳବାର ରାଜ୍ୟର ସମସ୍ତ ଅଞ୍ଚଳରେ ଦିନ ତାପମାତ୍ରା ୪୦ଡିଗ୍ରୀ ତଳେ ରହିଛି। ଝାରସୁଗୁଡ଼ାରେ ଦିନ ତାପମାତ୍ରା ୩୯.୮ଡିଗ୍ରୀ ଥିବାବେଳେ ବୌଦ୍ଧ ୩୯, ଖୋର୍ଦ୍ଧା ୩୯.୫, ଭୁବନେଶ୍ବର ୩୬.୭ ଏବଂ କଟକରେ ୩୫.୨ ଡିଗ୍ରୀ ରହିଛି। ଆସନ୍ତା ୪ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ପରବର୍ତ୍ତୀ ୩ଦିନ ମଧ୍ୟରେ ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଜପତି, ଗଞ୍ଜାମ ଏବଂ ଢେଙ୍କାନାଳ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ। କିଛି ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦କି.ମି ବେଗରେ ପବନ ବହିବାସମ୍ଭାବନା ରହିଛି। ଏସବୁ ଜିଲାଗୁଡ଼ିକୁ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନୁରୂପ ଭାବେ ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲାଗୁଡ଼ିକ ମଧ୍ୟରୁ କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories