www.samajalive.in
Sunday, December 7, 2025
15.1 C
Bhubaneswar

୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଗୁରୁତର

ରେଙ୍ଗାଲିକ୍ୟାମ୍ପ : ବରଗଡ ଅତାବିରା ବ୍ଳକ ମନାପଡା ଗାଁର ତଲିପଡାଠାରେ ଅଘଟଣ।  ବିବାହ ଉତ୍ସବ ପାଇଁ ଟେଣ୍ଟ କାମ ଚାଲିଥିବାବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି।  ମୃତକ ଜଣକ ସୁରେଶ ନାଏକ ବୋଲି ଜଣାପଡିଛି। ତୁରନ୍ତ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଅତାବିରା ମେଡିକାଲରେ ଭର୍ତ୍ତି କରାଯାଇଛି। ତାର ମୁଣ୍ଡ, ଡାହାଣ ଗୋଡ଼ ଓ ମୁହଁରେ ଆଘାତ ଲାଗିଛି। ସ୍ଥାନୀୟ ଲୋକଙ୍କ କହିବାନୁଯାୟୀ ଦୀର୍ଘ ଦିନ ହେଲା ଏହି ବିପଦ ସଂଙ୍କୁଳ ୧୧ କେଭି ତାର ଝୁଲି ରହିଛି।ଏହାକୁ ଉପରକୁ ଉଠାଇବା ସହ ମରାମତି କରିବା ପାଇଁ ପଡାବାସୀ ବାରମ୍ବାର ଦାବି କରୁଛନ୍ତି। ହେଲେ ବିଦ୍ୟୁତ୍ ବିଭାଗ ପକ୍ଷରୁ କୌଣସି ଠୋସ ପଦକ୍ଷେପ ନିଆଯାଇନାହିଁ। ଘଟଣାକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories